ନିର୍ଦେଶନାମା ପ୍ରକାଶ: ଆଜି ଶିକ୍ଷାନୁଷ୍ଠାନ ଖୋଲା

ଭୁବନେଶ୍ବର : ବୁଧବାର ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ବିଶ୍ବବିଦ୍ୟାଳୟ, ଡିଗ୍ରୀ ମହାବିଦ୍ୟାଳୟ ଓ ଶିକ୍ଷକ ପ୍ରତିଷ୍ଠାନ ଖୋଲା ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶନାମା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବ ସରକାର ମାର୍ଚ୍ଚ ୫କୁ ଛୁଟି ଘୋଷଣା କରୁଥିଲେ। ନୂଆ ସରକାର ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେଣୁ ଏହି ଛୁଟିକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବାତିଲ କରାଯାଇଛି। ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ ହେବ; କିନ୍ତୁ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଅନୁମୋଦନ କରିଥିଲେ। ସ୍କୁଲ ଖୋଲା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଶ୍ରୀ ମହାପାତ୍ର ଚିଠିରେ ଉଲ୍ଲେଖ କରିଛନ୍ତି, ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ଖୋଲା ରହିବ। ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ମୌସୁମୀ ନାୟକ ବିଭାଗ ଅଧୀନସ୍ଥ ସମସ୍ତ ବିଶ୍ବବିଦ୍ୟାଳୟର କୁଳସଚିବ ଏବଂ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ, ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସମସ୍ତ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ ଚିଠି ଲେଖି ମାର୍ଚ୍ଚ ୫ରେ ହେଉଥିବା ଛୁଟି ବାତିଲ କରାଯାଇଛି ବୋଲି ଅବଗତ କରିଛନ୍ତି। ଆଜି ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଏବଂ ସରକାରୀ ଶିକ୍ଷକ ପ୍ରତିଷ୍ଠାନ ପ୍ରତିଷ୍ଠାନ ଖୋଲା ରହିବ ବୋଲି ନିର୍ଦେଶନାମା ଜାରି କରାଯାଇଛି।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ