ନୀଳଚକ୍ର ଉପରେ ପୁଣି ବସିଲା ଚିଲ୍

ପୁରୀ :ଶ୍ରୀମନ୍ଦିର ପତିତପାବନ ବାନରେ ପୁଣି ବସିଲା ଚିଲ୍। ସୋମବାର ଏକ ଚିଲ ନୀଳଚକ୍ର ଚାରିପଟେ ଘୂରି ବୁଲିବା ପରେ କିଛି ସମୟ ଧରି ବସିଥିବା ଦେଖିବାକୁ ମିଳିଥିଲ। ସୂଚନା ଅନୁଯାୟୀ, ସୋମାବର ସକାଳ ସମୟ ଏକ ଚିଲ ଶ୍ରୀମନ୍ଦିର ଉପରେ ଉଡ଼ୁଥିଲା। କିଛି ସମୟ ବୁଲିବା ପରେ ଚିଲଟି ପତିତପାବନ ବାନା ଉପରେ ବସିଥିଲା। କିଛି ମିନିଟ ଧରି ବସିବା ପରେ ପୁଣି ଉଡ଼ିଯାଇଥିଲା। ତେବେ ପତିତପାବନ ବାନା ଉପରେ ଚିଲ ବସିବା ଶୁଭ କି ଅଶୁଭ ତାହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। କେତେଜଣ ସେବାୟତ ଏହାକୁ ମହାପ୍ରଭୁଙ୍କ ବଡ଼ ସଂକେତ ବୋଲି କହିଛନ୍ତି। ଚିଲ ପତିତପାବନ ବାନା ଉପରେ ବସିଲେ ଦେଶରେ ବିପର୍ୟ୍ୟୟ ଘଟିଥାଏ। ଭୂମିକମ୍ପ, ଭୂସ୍ଖଳନ, ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ୟ୍ୟୟ ସହ ଖାଦ୍ୟାଭାବ, ଗୃହଯୁଦ୍ଧ ବୃଦ୍ଧି ପାଇଥାଏ ବୋଲି ସେମାନେ କହିଛନ୍ତି।
ଉଲ୍ଲେଖ ଯୋଗ୍ୟ, ଏପରି ଘଟଣା ପ୍ରଥମ ନୁହେଁ। ପୂର୍ବରୁ ଚଳିତ ବର୍ଷ ଏପ୍ରଲିରେ ପତିତପାବନ ବାନା ନେଇ ଚିଲ ଉଡୁଥିବା ଦେଖିବାକୁ ମିଳିଥିଲା। ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତ୍ୟେକ ଦିନ ବାନା ପରିବର୍ତ୍ତନ କରାଯାଉଥିବା ବେଳେ ବିଭିନ୍ନ ସମୟରେ ନୀଳଚକ୍ର ଉପରେ ଚିଲ ବସିଥିବାର ନଜିର ମଧ୍ୟ ଆସିଛି ।

  • Related Posts

    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading
    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ