ନୂଆପଡ଼ାରୁ ହିଁ ବିଜେପିର ପରାଜୟ ଆରମ୍ଭ ହେବ -ନବୀନ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ଦିନ ରବିବାର ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜେପି ସରକାରକୁ ତୀବ୍ର ସମାଲୋଚନା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି, ରାଜ୍ୟରେ ବିଜେପି ସରକାର ଆସିବା ଦିନରୁ ମା’ମାନଙ୍କ ଉପରେ ଅତ୍ୟାଚାର ବଢ଼ି ଚାଲିଛି। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଓଡ଼ିଶାର ସୁନାମ ନଷ୍ଟ ହେଉଛି। ନୂଆ ସରକାର ଆସିବା ପରେ ବିଏସ୍‌କେୱାଇକୁ ବନ୍ଦ କରିଦିଆଗଲା। ରୋଗୀ ହଇରାଣ ହେଉଛନ୍ତି। ଏ ସରକାର ମହିଳା ବିରୋଧୀ, ଆଦିବାସୀ ବିରୋଧୀ ଓ ବିକାଶ ବିରୋଧୀ। ଆପଣମାନଙ୍କ ସହଯୋଗରେ ବିଜେପିର ପରାଜୟ ନୂଆପଡ଼ାରୁ ହିଁ ଆରମ୍ଭ ହେବ।ଶ୍ରୀ ପଟ୍ଟନାୟକ କହିଛନ୍ତି, ପଶ୍ଚିମ ଓଡ଼ିଶାର ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ମୁଁ ନୂଆପଡ଼ା ଉପନିର୍ବାଚନରେ ପ୍ରାର୍ଥୀ କରିଛି। ନୂଆପଡ଼ାରେ ରହି ଆପଣମାନଙ୍କ ସେବା କରିବା ପାଇଁ ମୁଁ ତାଙ୍କୁ ନିର୍ଦେଶ ଦେଇଛି।ସେ ସବୁବେଳେ ଆପଣମାନଙ୍କ ସୁଖ ଓ ଦୁଃଖର ସାଥୀ ହୋଇ ରହିବେ। ମୁଁ କଥା ଦେଉଛି, ମୋର ଶେ‌ଷ ନିଃଶ୍ବାସ ପର୍ୟ୍ୟନ୍ତ ମୁଁ ଓଡ଼ିଶା ମା’ର ଓ ଆପଣମାନଙ୍କ ସେବା କରି ଚାଲିବି। ଏହି ଅବସରରେ ସେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭୋଟ ଦେବା ପାଇଁ ନିବେଦନ କରିଥିଲେ। ସେହିପରି ଦୁଇ ଥର ପ୍ରଚାର ସମୟରେ ବହୁ ସଂଖ୍ୟାରେ ଯୋଗ ଦେଇଥିବାରୁ ନୂଆପଡ଼ାବାସୀଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ