ନୂଆ ସରକାରରେ ୨୪ ହଜାର ନୂଆ ନଳକୂପ ସ୍ଥାପନ କରାଯାଉଛି: ମନ୍ତ୍ରୀ

ଭୁବନେଶ୍ବର : ପାଣି ପାଇଁ ଲୋକ କଷ୍ଟ ନ ପାଆନ୍ତୁ । ସରକାର ଏ ଦିଗରେ ପଦକ୍ଷେପ ନେଉଛନ୍ତି ବୋଲି ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାଏକ । ଗ୍ରୀଷ୍ମ ପ୍ରବାହରକୁ ନେଇ ରାଜ୍ୟରେ ଜଳ ଯୋଗାଣରେ କୌଣସି ଅସୁବିଧା ହେବ ନାହିଁ । ପୂର୍ବ ସରକାର ସମୟରେ ଓଡ଼ିଶାରେ ୫ ଲକ୍ଷ ନଳକୂପ ଥିଲା । ଚଳିତ ବର୍ଷ ନୂଆ ସରକାରରେ ୨୪ ହଜାର ନୂଆ ନଳକୂପ ସ୍ଥାପନ କରାଯାଉଛି । ମୁଁ ବିଧାୟକ ଥିବା ସମୟରେ ୫ଟି ନଳକୂପ ପାଇଁ ନେହୁରା ହେଉଥିଲୁ । କିନ୍ତୁ ମିଳୁ ନଥିଲା । ୨୪ ହଜାର ନୂଆ ନଳକୂପରୁ ୯ ହଜାର ନୂଆ ନଳକୂପ ସ୍ଥାପନ ହୋଇସାରିଛି । ବାକି ୧୫ ଦିନ ଭିତରେ ହେବ । ଏହାକୁ ନେଇ ସାଢେ ୫ ଶହ କୋଟି ଟଙ୍କା ବିଭିନ୍ନ ଜିଲ୍ଲାପାଳଙ୍କ ଆକାଉଣ୍ଟକୁ ପଠାଯାଇଛି । ନଳକୂପ ଖୋଳିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ଜଳ ଯୋଗାଣ ନେଇ ୨୭୨ ମେଗା ପ୍ରକଳ୍ପ ଚାଲିଛି । ଯେଉଁ ଜାଗାରେ ପାଣି ମିଳୁ ନଥିବ, ସେଠାରେ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯିବ । ସୋସିଆଲ ମିଡ଼ିଆ ଏବଂ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ବିଭାଗ ପକ୍ଷରୁ ମନିଟରିଂ କରାଯାଉଛି । ସେହି ଆଧାରରେ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ