ନେପାଳ ବନ୍ୟାରେ ମୃତ୍ୟୁସଂଖ୍ୟା ୧ ହଜାର ପାର୍‌

କାଠମାଣ୍ଡୁ:ନେପାଳରେ ଭୟାବହ ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ମୃତ୍ୟୁସଂଖ୍ୟା ୧ ହଜାର ପାର୍‌ କରିଛି। ନେପାଳରେ ୯୮୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପଡ଼ୋଶୀ ଚୀନ୍‌ରେ ମଧ୍ୟ ୧୬ ଜଣଙ୍କ ମୃତ୍ୟୁ ସୂଚନା ମିଳିଛି। ଫଳରେ ଦୁଇ ଦେଶରେ ମୋଟ ମୃତ୍ୟୁସଂଖ୍ୟା ୧ ହଜାର ୩ ଜଣରେ ପହଞ୍ଚିଛି।

ନେପାଳ ବିପର୍ଯ୍ୟୟ ବିଭାଗର ସୂଚନା ଅନୁଯାୟୀ, ଏହି ବିପର୍ଯ୍ୟୟରେ ଏବେ ବି ୩୯୧୬ ଜଣ ନିଖୋଜ ଅଛନ୍ତି। ନିଖୋଜଙ୍କ ମଧ୍ୟରେ ୫୮୩ ଜଣ ବିଦେଶୀ ନାଗରିକ ରହିଥିବା ଜଣାପଡ଼ିଛି। ବନ୍ୟା ଓ ଭୂସ୍ଖଳନ ପ୍ରଭାବିତ ବିଭିନ୍ନ ଅଞ୍ଚଳରେ ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ପ୍ରତିକୂଳ ପାଣିପାଗ ଓ ଦୁର୍ଗମ ଭୌଗୋଳିକ ପରିସ୍ଥିତି ମଧ୍ୟରେ ଉଦ୍ଧାରକାରୀ ଦଳ ଜୋରଦାର ଅଭିଯାନ ଚଳାଇଛନ୍ତି। ବିପର୍ଯ୍ୟୟ ମଧ୍ୟରୁ ଏଯାବତ୍‌ ୧୧ ହଜାର ୮୧୪ ଜଣଙ୍କୁ ଉଦ୍ଧାର କରାଯାଇଛି। ବନ୍ୟାରେ ବ୍ୟାପକ ଭାବେ ଘରଦ୍ୱାର, ରାସ୍ତାଘାଟ ଓ ଅନ୍ୟାନ୍ୟ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଥିବାରୁ ଅନେକ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଖୋଜଙ୍କ ସଂଖ୍ୟା ଅଧିକ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ନେଇ ଆଶଙ୍କା ପ୍ରକାଶ ପାଇଛି।

  • Related Posts

    ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି ବର୍ତ୍ତମାନ ଆଞ୍ଚଳିକ ବିମାନ କମ୍ପାନୀ Fly91ରେ ପାଇଲଟ ଭାବରେ ଯୋଗ ଦେଇଛନ୍ତି। ଏହା…

    Continue reading
    ଛାତିଥରା ଘଟଣା: ନାବାଳିକାଙ୍କୁ କାର୍ ଭିତରେ ଗଣବଳାତ୍କାର

    ପାଟନା: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ପୀଡ଼ିତା ଜଣକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ