ନୟାଗଡ ଓ ଗଜପତିରେ ଫସଲ କ୍ଷୟକ୍ଷତି ପରଖିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼: ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଫସଲ କ୍ଷୟକ୍ଷତି ପରଖିବାକୁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ଲଗାଣ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ନୟାଗଡ଼ ରଣପୁରରେ ପହଞ୍ଚି ଚାଷୀମାନଙ୍କ ସହ ଜମିକୁ ଯାଇ ଏହାର ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ । ମୋହନଙ୍କ ସହ ବାଚସ୍ପତି ସୁରମା ପାଢ଼ୀ ଓ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ । ନୟାଗଡ଼ ପରେ ଗଜପତି ଜିଲ୍ଲାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ।
ଅଦିନିଆ ଲଗାଣ ବର୍ଷାରେ ଚାଷୀମାନଙ୍କ ଧାନ ଫସଲ ନଷ୍ଟ ହୋଇଛି । ଏପରିକି ଧାନ ଫସଲଗୁଡିକ ଗଜା ହୋଇଯାଇଛି । ଚାଷୀମାନେ ଧାର କରଜ କରି ଚାଷ କାର୍ୟ୍ୟ କରିଥିବା ବେଳେ ଧାନ ଫସଲ ବର୍ଷାରେ ନଷ୍ଟ ହୋଇ ଚାଷ ଜମିରେ ଗଜା ହେବା ବୋଝ ଉପରେ ନଳିତା ବିଡା ସଦୃଶ ହୋଇଥିଲା । ପ୍ରଥମେ ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସମେତ କୃଷକ ଯୁବ ମୋର୍ଚ୍ଚା, ବ୍ଲକ ଅଧ୍ୟକ୍ଷା କୃଷକମାନଙ୍କ ସହିତ ଆଲୋଚନା କରି ଜମିକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ । ଆଜି (ରବିବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରଣପୁର ବ୍ଲକକୁ ଆସି ସିଧାସଳଖ ଚାଷୀମାନଙ୍କ ସହ ଆଲୋଚନା କରିଛନ୍ତି କ୍ଷ ସ୍ଥିତି ଅନୁଧ୍ୟାନ କରି କ୍ଷୟ କ୍ଷତିର ଆକଳନ କରିଛନ୍ତି ।ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିଅନ ସ୍କୁଲ ପଡ଼ିଆରେ ହେଲିକପ୍ଟର ଯୋଗେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାରଳାଖେମୁଣ୍ଡିରୁ କାରକେଡ୍ ବାହାରି ଗୋଷାଣୀ ଅନ୍ତର୍ଗତ ଗୁରାଣ୍ଡି ଗାଁ ପର୍ୟ୍ୟନ୍ତ ଆସିବା ସହ, ଅଦିନିଆ ବର୍ଷା ଯୋଗୁଁ ଅମଳ ଧାନ ନଷ୍ଟ ହୋଇଥିବା ଯୋଗୁଁ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ସେମାନଙ୍କର ଅଭିଯୋଗ ମଧ୍ୟ ଶୁଣିବା କାର୍ୟ୍ୟକ୍ରମ ରହିଛି। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ କରିବା ନେଇ ମଧ୍ୟ ସୂଚନା ରହିଛି ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ