ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି । । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି । । ଜିଲ୍ଲାପରିଷଦ ସଦସ୍ୟଙ୍କ ପାଇଁ ମଧ୍ୟ ସିଟ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ରହିଛି । ସୂଚନାନୁଯାୟୀ, ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ କରିବେ। ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ। ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରିବେ। ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ।
ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ। ପଛୁଆ ବର୍ଗଙ୍କ ପାଇଁ ୨୭ପ୍ରତିଶତ ଯାଏଁ ସଂରକ୍ଷଣ ରହିବ। ମହିଳାଙ୍କ ପାଇଁ ୫୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ।

ଅନ୍ୟପକ୍ଷେ, ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅବଧି ପୂର୍ବରୁ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସ୍ପଷ୍ଟ କରିଥିଲେ। ବିଧାନସଭାରେ ମନ୍ତ୍ରୀ ସ୍ପଷ୍ଟ କହିଥିଲେ, ୨୦୨୭ ଫେବୃଆରୀ ପୂର୍ବରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସରକାରଙ୍କ ପକ୍ଷରୁ ଅଦ୍ୟାବଧି ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ। ଏଥିସହ ମନ୍ତ୍ରୀ ନାୟକ କହିଥିଲେ ,ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ପ୍ରଶାସନିକସ୍ତରରେ କୌଣସି ନିୟମାବଳୀ ପ୍ରସ୍ତୁତ କରାଯାଇନାହିଁ। ସରକାର ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ଯେତେବେଳେ ବିଧିବଦ୍ଧ ନିଷ୍ପତ୍ତି ନେବେ, ସେହି ସମୟରେ ପ୍ରଚଳିତ ନୀତି ନିୟମ ଓ ନିର୍ଦ୍ଦେଶାବଳୀ ଅନୁଯାୟୀ ବ୍ଲକ ଏବଂ ପଞ୍ଚାୟତ ପୁନର୍ଗଠନ ସମ୍ପର୍କିତ ପ୍ରତ୍ୟେକ ପ୍ରସ୍ତାବକୁ ପୁଙ୍ଖାନୁପୁଙ୍ଖ ଭାବେ ତର୍ଜମା କରି ନିଷ୍ପତ୍ତି ନିଆଯିବ ବୋଲି କହିଥିଲେ।

  • Related Posts

    bjd target bjp ଓଡିଆ ଅସ୍ମିତାର ଦ୍ୱାହି ଦେଇ ବିଜେପି ଓଡ଼ିଶାକୁ ଲୁଟିବାରେ ଲାଗିଛି: ବିଜେଡି

    ଭୁବନେଶ୍ୱର: ଓଡିଆ ଅସ୍ମିତାର ଦ୍ୱାହି ଦେଇ କ୍ଷମତାକୁ ଆସିଥିବା ବିଜେପି ଓଡ଼ିଶାକୁ ଲୁଟିବାରେ ଲାଗିଛି । ଏମଏମଡିଆର ଆମେଣ୍ଡମେଣ୍ଟ ଆକ୍ଟ ଦ୍ୱାରା ଓଡିଶାବାସୀଙ୍କ ହକ୍କୁ କେନ୍ଦ୍ର ସରକାର ଛଡ଼ାଇ ନେଇଛନ୍ତି । ଓଡ଼ିଶାବାସୀଙ୍କ ସ୍ୱାର୍ଥକୁ ଅଣଦେଖା କରି ଖଣି ମାଲିକଙ୍କ ଏଜେଣ୍ଟ…

    Continue reading
    congress ଓଡ଼ିଶା ଅସ୍ମିତା କଥା କହୁଥିବା ରାଜନୈତିକ ଦଳ ଓଡ଼ିଶାବାସୀଙ୍କ ସ୍ୱାର୍ଥ ରକ୍ଷା କରିବା ପାଇଁ ଆଗଭର ହୁଅନ୍ତୁ:କଂଗ୍ରେସ

    ଭୁବନେଶ୍ୱର : ଓଡିଶା ଅସ୍ମିତାକୁ ଗୁରୁତ୍ୱ ଦେଉଥିବା ବିଜେପି ଖଣି ଅଧିନିୟମ ସଂଶୋଧନ ଆଇନ ଓଡ଼ିଆ ସ୍ୱାର୍ଥ ବିରୋଧି ହୋଇଥିବାରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ସଂସଦ ସଦସ୍ୟ ଓ କେନ୍ଦ୍ରମନ୍ତ୍ରୀମାନେ ଏହି ସଂଶୋଧନକୁ ପ୍ରତ୍ୟାହାର କରିବା ପାଇଁ ସରକାରଙ୍କ ଠାରେ ଦାବୀ କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ