ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ ତଥ୍ୟକୁ ଏକାଠି କରି ପୁଲିସ ଛାନ୍‌ଭିନ୍ ଚଳାଇଛି। ଏନେଇ କେନ୍ଦ୍ରାପଡ଼ା ଜିଲ୍ଲା ଏସ୍‌ପି ସିଦ୍ଧାର୍ଥ କଟ୍ଟାରିଆ ସୂଚନା ଦେଇଛନ୍ତି। ଗତକାଲି ଛାତ୍ରୀଙ୍କ ବାପା ଗ୍ରାମାଞ୍ଚଳ ଥାନାରେ ପ୍ରେମିକ ପ୍ରମୋଦଙ୍କ ବିରୋଧରେ ସାନି ଏତଲା ଦେଇଥିଲେ।

ପ୍ରମୋଦକୁ ଜେରା ବେଳେ ତାଙ୍କଠାରୁ ପୁଲିସ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଆଦାୟ କରିଛି । ଛାତ୍ରୀଙ୍କ ସହ ସେ କେତେଦିନ ହେବ ପ୍ରେମ ସମ୍ପର୍କରେ ଥିଲେ, ଏ ନେଇ ତାଙ୍କ ପରିବାର ଓ ଛାତ୍ରୀଙ୍କ ପରିବାର ମଧ୍ୟରେ କ’ଣ ପ୍ରତିକ୍ରିୟା ଥିଲା, ସେମାନେ ଏହି ପ୍ରେମ ସମ୍ପର୍କକୁ ସମର୍ଥନ କରୁଥିଲେ କି ନାହିଁ, ପ୍ରେମିକାଙ୍କ ସହ ତାଙ୍କର ଘନିଷ୍ଠତା ଆଦି ବିଷୟରେ ପଚାରି ବୁଝିଛନ୍ତି । ମୃତ୍ୟୁ ଦିନ ସେମାନଙ୍କ ମଧ୍ୟରେ କ’ଣ କଥାବାର୍ତ୍ତା ହୋଇଥିଲା ତାହା ମଧ୍ୟ ପଚାରି ବୁଝିଛନ୍ତି ।

ଏଣେ ପ୍ରେମିକ ପ୍ରମୋଦ ବେହେରାଙ୍କ ମୋବାଇଲ ଫୋନ୍‌କୁ ମଧ୍ୟ ପୁଲିସ ଜବତ କରିଛି । ତାଙ୍କ ମୋବାଇଲ ଫୋନ୍‌ରେ ମୃତା ଛାତ୍ରୀଙ୍କର କିଛି ଆପତ୍ତିଜନକ ଭିଡିଓ ଏବଂ ଫଟୋ ଥିବା ପୁଲିସ ସୂଚନା ଦେଇଛି । ତାଙ୍କ ହ୍ୱାଟ୍‌ସଆପ୍‌ ଚାଟିଂ ଓ ଭିଡିଓ କଲ୍‌ ରେକର୍ଡ ମଧ୍ୟ ପୁଲିସ ପାଇଛି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ