ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ

ଫୁଲବାଣୀ : ଆଦିବାସୀ ସାଧ୍ନୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡ଼ା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ଼, ହାତ ଫୁଲିବା ସହ ରକ୍ତହୀନତା ଥୁବା ଜଣାପଡ଼ିଛି । ବର୍ତ୍ତମାନ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗରେ ଚିକିତ୍ସା କରାଯାଉଛି । ସ୍ବାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ଥିବା ଡାକ୍ତର କହିଛନ୍ତି । ସୂଚନାଯୋଗ୍ୟ, ରବିବାର ସକାଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଖଜୁରୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା ।

ଅବସ୍ଥା ଗୁରୁତର ଥିବାରୁ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା । ପୂର୍ଣ୍ଣମାସୀଙ୍କ ବୟସ ଏବେ ୮୨। ଜଣେ ଆଦିବାସୀ ସନ୍ଥ ଏବଂ ଆଣ୍ଠୁ କବି ଭାବେ ଜଣାଶୁଣା ପୂର୍ଣ୍ଣମାସୀଙ୍କୁ ୨୦୨୧ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ତାଡ଼ିସରୁ ବାଇ ହିସାବରେ ପରିଚିତ ପୂର୍ଣ୍ଣମାସୀଙ୍କ ରାଜ୍ୟ ତଥା ରାଜ୍ୟ ବାହାରେ ବହୁ ସଂଖ୍ୟାରେ ଅନୁଗାମୀ ରହିଛନ୍ତି । ଜିଲ୍ଲାବାସୀ ତାଙ୍କ ସ୍ବାସ୍ଥ୍ୟ ନେଇ ଉଦ୍‌ବେଗ ପ୍ରକାଶ କରିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ତାଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଆଯାଇ ସ୍ବତନ୍ତ୍ର ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ଦାବି ହେଉଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ