ପରଲୋକରେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଖି ବୁଜିଲେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ ପ୍ରକାଶ ଚୌତାଲା। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଗୁରୁଗ୍ରାମସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଓମ୍‌ ପ୍ରକାଶ ଇଣ୍ଡିଆନ ନ୍ୟାସନାଲ ଲୋକଦଳର ଅଧ୍ୟକ୍ଷ ଥିବା ବେଳେ ୫ ଥର ହରିୟାଣାର ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ।

ଓମ୍‌ପ୍ରକାଶଙ୍କ ପିତା ଥିଲେ ଚୌଧୁରୀ ଦେବୀଲାଲ। ସେ ହରିୟାଣାର ପୂର୍ବ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ଭାରତର ଉପ ପ୍ରଧାନମନ୍ତ୍ରୀ ଭାବେ ମଧ୍ୟ କାର୍ୟ୍ୟ କରିଥିଲେ। ଦେବୀଲାଲଙ୍କ ୫ ସନ୍ତାନ ମଧ୍ୟରୁ ଓମ୍‌ପ୍ରକାଶ ଚୌତାଲା ସବୁଠୁ ବଡ଼ ଥିଲେ। ଦେବୀଲାଲ ଡେପୁଟି ପ୍ରଧାନମନ୍ତ୍ରୀ ପଦରେ ବସିବା ପରେ ବଡ଼ ପୁଅ ଓମ୍‌ପ୍ରକାଶ ଚୌତାଲା ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେଲେ। ନିଜ ଜୀବନ କାଳ ମଧ୍ୟରେ ସେ ୫ ଥର ମୁଖ୍ୟମନ୍ତ୍ରୀ ପଦରେ ବସିଥିଲେ।

ଦୀର୍ଘ ବର୍ଷ ଧରି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିବା ଓମ୍‌ ପ୍ରକାଶ ଚୌତାଲାଙ୍କ ଶିକ୍ଷାଗତ ଯୋଗ୍ୟତା କିନ୍ତୁ ବେଶି ନ ଥିଲା। ଏହା ତାଙ୍କୁ ଖୁବ୍‌ କଷ୍ଟ ଦେଇଥିଲା। ତେଣୁ ୮୭ ବର୍ଷ ବୟସରରେ ସେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଇ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ।

  • Related Posts

    ଇସ୍ତଫା ଦେଲେ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା

    ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି। ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ…

    Continue reading
    ଶପଥ ଗ୍ରହଣ କଲେ ନୀତିଶ କୁମାର

    ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ସଦସ୍ୟ ଭାବରେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଲଲ୍ଲନ ସିଂହ, ରାଜ୍ୟସଭା ସାଂସଦ ସଞ୍ଜୟ ଝା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅନେକ କେନ୍ଦ୍ର ମନ୍ତ୍ରୀ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ