ପରୀକ୍ଷାର୍ଥୀଙ୍କୁ ଟିପ୍ସ ଦେଲେ ଦୀପିକା ପାଦୁକୋନ

ନୂଆଦିଲ୍ଲୀ: ପରୀକ୍ଷାର୍ଥୀଙ୍କୁ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ମନ୍ତ୍ର । ପରୀକ୍ଷାରେ କେମିତି ହେବେ ସଫଳ, ପରୀକ୍ଷା ସମୟରେ କେମିତି ରହିବେ ଚାପମୁକ୍ତ ଏନେଇ ଟିପ୍ସ ଦେଇଛନ୍ତି ବଲିଉଡ ନାୟିକା । ଏଥିସହ ଦୀପିକା କହିଛନ୍ତି ସୁସ୍ଥ ମେଣ୍ଟାଲ ହେଲଥ ରଖିବା ବେଶ ଜରୁରୀ । ଏହାକୁ ବଜାୟ ରଖିବା ଉଭୟ ପରୀକ୍ଷାର୍ଥୀ ଓ ଅଭିଭାବକମାନଙ୍କ ଦାୟିତ୍ବ ।ପର୍ୟ୍ୟାନ୍ତ ନିଦ୍ରା, ପ୍ରତିଦିନ ବ୍ୟାୟମ,ଧ୍ୟାନକୁ ଦୈନନ୍ଦିନ ଜୀବନରେ ସାମିଲ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ଅଭିନେତ୍ରୀ ଏକଥା ମଧ୍ୟ କହିଛନ୍ତି ଯେ ଅଭିଭାବକ ନିଜ ପିଲାଙ୍କ ଦକ୍ଷତାକୁ ଚିହ୍ନନ୍ତୁ । ରୁଚି ଅନୁସାରେ ଆଗକୁ ବଢ଼ିବାକୁ ପ୍ରୋତ୍ସାହନ ଦିଅନ୍ତୁ । ଫେବ୍ରୁଆରୀ ୧୦ରେ ପରିକ୍ଷା ପେ ଚର୍ଚ୍ଚାର ପ୍ରଥମ ଏପିସୋଡ ପ୍ରସାରଣ ହୋଇଥିଲା । ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀ ପରୀକ୍ଷାର୍ଥୀଙ୍କୁ ସଫଳତାର ମନ୍ତ୍ର ଦେଇଥିଲେ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ