ପାଇକ ବିଦ୍ରୋହ ଓଡ଼ିଆ ଜାତିର ସ୍ୱାଭିମାନର ଅନନ୍ୟ ପ୍ରତୀକ : ଧର୍ମେନ୍ଦ୍ର

ଭୁବନେଶ୍ୱର/ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ପରିଦର୍ଶନ କରିଛନ୍ତି। ଏଥିସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ୧୮୧୭ ମସିହାରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ବ୍ରିଟିଶ ଶାସନ ବିରୁଦ୍ଧରେ ହୋଇଥିବା ଏହି ସଶସ୍ତ୍ର ଗଣବିଦ୍ରୋହ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଏହା ଓଡ଼ିଆ ଜାତିର ସ୍ୱାଭିମାନ, ଅସ୍ମିତା ଓ ଗୌରବର ଏକ ଅନନ୍ୟ ପ୍ରତୀକ । ଏହି ମାଟିର ବୀରମାନଙ୍କ ବଳିଦାନ ସମଗ୍ର ଦେଶକୁ ସ୍ୱାଧୀନତା ସଂଗ୍ରାମ ପାଇଁ ପ୍ରେରିତ କରିଥିଲା ।

ବରୁଣେଇ ପାହାଡ଼ ପାଦଦେଶରେ ନିର୍ମାଣ ହେଉଥିବା ଏହି ଭବ୍ୟ ସ୍ମାରକୀ ସ୍ଥଳ ଆଗାମୀ ଶତାବ୍ଦୀ ଶତାବ୍ଦୀ ପର୍ଯ୍ୟନ୍ତ ଓଡ଼ିଆ ଜାତିର ବୀରତ୍ୱ ଓ ବିଜୟଗାଥାକୁ ସାରା ବିଶ୍ୱରେ ପ୍ରତିପାଦିତ କରିବ । ଓଡ଼ିଶାର ଅଦମ୍ୟ ସାହସର ମୂକସାକ୍ଷୀ ହୋଇ ରହିବାକୁ ଥିବା ଏହି ପ୍ରକଳ୍ପ ଆଗାମୀ ଦିନରେ ଆମ ଯୁବପିଢ଼ିଙ୍କୁ ନିଜ ସଂସ୍କୃତି ଓ ଦେଶପ୍ରେମରେ ସର୍ବଦା ଅନୁପ୍ରାଣିତ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ଓଡ଼ିଶାର ଗୌରବମୟ ଇତିହାସକୁ ବିଶ୍ୱ ଦରବାରରେ ସଠିକ୍ ପରିଚୟ ଦେବା ପାଇଁ ସଦାସର୍ବଦା ପ୍ରତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ