ପାଞ୍ଚ ବର୍ଷରେ ୫୦୦ ସେତୁ, ୩୦ ହଜାର କିଲୋମିଟର ରାସ୍ତା ନିର୍ମାଣ ହେବ

ଭୁବନେଶ୍ୱର,22/08: ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୫୦୦.୩୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୪୬୯.୯୪ କୋଟି ଟଙ୍କା ବ୍ୟୟବରାଦରେ ୫୦୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା କରାଯାଇଛି । ସେତୁବନ୍ଧନ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୧୮୬ଟି ସେତୁ ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୦୦ ଟି ସେତୁ ନିର୍ମାଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ଯଥା-ଛାତ୍ରାବାସ, ମହାବିଦ୍ୟାଳୟ ଗୃହ ନିର୍ମାଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ, ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ଇତ୍ୟାଦି ନିର୍ମାଣ କାର୍ଯ୍ୟ ମଧ୍ୟ ଜାରିରହିଛି । ୨୦୨୪-୨୫ ଆର୍ଥିକ ବର୍ଷରେ ବିଭାଗ ପକ୍ଷରୁ ୪୫୧ଟି ବିଭିନ୍ନ କୋଠାବାଡି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୧୨୨୯ଟି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଅଦ୍ୟାବଧି ଅନୁମୋଦନ ପ୍ରାପ୍ତ ୭୩,୯୮୪.୮୮ କିଲୋମିଟର ରାସ୍ତା ମଧ୍ୟରୁ ୭୦,୭୧୧.୨୪ କିଲୋମିଟର ରାସ୍ତା ନିର୍ମାଣ କରି ଓଡିଶା ଭାରତ ବର୍ଷରେ ଚତୁର୍ଥ ସ୍ଥାନ ହାସଲ କରିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମାର୍ଗଦର୍ଶିକା ଅନୁଯାୟୀ କାମ କରାଯାଉଥିଲା। ବର୍ତ୍ତମାନ ଏହାର ଚତୁର୍ଥ ପର୍ଯ୍ୟାୟର କାମ ମଧ୍ୟ ହାତକୁ ନିଆଯାଇଛି। ଏହି ପର୍ଯ୍ୟାୟରେ ଆଦିବାସୀ ଅଧ୍ୟୁସିତ ଅଞ୍ଚଳ, ଆକାଂକ୍ଷୀ ବ୍ଲକ, ନକ୍ସଲ ପ୍ରଭାବିତ ଅଞ୍ଚଳ ମାନଙ୍କରେ ସଡକ ଓ ସେତୁ ନିର୍ମାଣ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧,୦୨୧ଟି ଯୋଗାଯୋଗ ବିହୀନ ଜନ ବସତି ପାଇଁ ୯୪୨ଟି ସଡକ ଓ ୮ଟି ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି ।

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ