ପାଠ୍ୟପୁସ୍ତକ ତ୍ରୁଟିର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ସ୍କୁଲ ପିଲାଙ୍କ ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ଏବେ ରାଜ୍ୟରେ ହଇଚଇ ହେଉଛି । ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରୁଛନ୍ତି । କେଉଁଠି ଶୋଭାଯାତ୍ରା ତ କେଉଁଠି ବିକ୍ଷୋଭ କରୁଛନ୍ତି । ଆଉ ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛନ୍ତି । ତେବେ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ସ୍କୁଲ ପିଲାଙ୍କ ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚ ଏସପିଙ୍କ ନିକଟରେ ଏଫଆଇଆର ଦାୟର କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଘଟଣାକୁ ଗୁରୁତର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯେ ପୂର୍ବରୁ ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ । କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟନୁଷ୍ଠାନ ଗ୍ରହଣ କରିଥିଲେ । ଏହି ନିଷ୍ପତି ଅନୁଯାୟୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ କୁମାର ସାହୁ, ଓ ଭାରତୀ ଟୁଡୁଙ୍କୁ ନିଲମ୍ବିତ କରାଯାଇଛି।ଏହା ସହିତ ୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମାନେ ହେଲେ ବନ୍ଦିତା ପଟ୍ଟନାୟକ, ମାନସ ରଞ୍ଜନ ରାଉତ, ମନୋରଞ୍ଜନ ମହାପାତ୍ର, ଡକ୍ଟର ପ୍ରଶାନ୍ତ କୁମାର ସାହୁ, ମାନସ କୁମାର ନାୟକ ଏବଂ ଡକ୍ଟର ସୁଦର୍ଶନ ସନ୍ତରା ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ