ପାଣିରେ ବୁଡ଼ିଗଲେ ନାବାଳିକା

ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦର ଥାନା ଚମ୍ପାନଗରରେ ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।ଆଜି ସକାଳ ପ୍ରାୟ ୬ଟା ବେଳେ ସେ ନିଜର କିଛି ସାଙ୍ଗଙ୍କ ସହ ନିକଟସ୍ଥ ପୋଖରୀକୁ ଯାଇଥିଲେ। ସେଠାରୁ ସମସ୍ତେ ଡଙ୍ଗା ଭସାଇ ଚାଲି ଯାଇଥିବା ବେଳେ କେହି ବୟସ୍କ ବ୍ୟକ୍ତି ନ ଥିଲେ। ମାତ୍ର ଡଙ୍ଗାରେ ଥିବା କଏନ ସଂଗ୍ରହ କରିବାକୁ ଛୋଟ ଛୋଟ ପିଲାଙ୍କ ମନରେ ଲୋଭ ହେଲା।ଫଳରେ ଅନ୍ୟମାନଙ୍କ ସହ ନାବାଳିକାଜଣକ ବି କଏନ ସଂଗ୍ରହ କରିବାକୁ ପାଣିରେ ପଶିଗଲେ। ମାତ୍ର ଗୋଡ଼ ଖସିଯିବାରୁ ସେ ଆଉ ବାହାରକୁ ବାହାରି ପାରିଲେନି। ଏହାଦେଖି ଅନ୍ୟ ପିଲାମାନେ ଭୟଭୀତ ହୋଇ ନିଜ ନିଜ ଘରକୁ ପଳାଇଥିଲେ।ନାବାଳିକାଙ୍କର ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି ଆରମ୍ଭ କରିଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିକଟସ୍ଥ ପୋଖରୀରୁ ନାବାଳିକାଙ୍କୁ ଉଦ୍ଧାର କରିଥିଲେ।ତୁରନ୍ତ ତାଙ୍କୁ ମେଡିକାଲ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ