ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ

ବୈଶିଙ୍ଗା: ଶୌଚ ହେବାକୁ ଗାଁ ନିକଟ ସୁବର୍ଣ୍ଣରେଖା କେନାଲକୁ ଯାଇଥିଲେ। ହେଲେ ଅସାବଧାନତାବଶତଃ ପାଣିରେ ବୁଡ଼ି ଚାଲିଗଲା ଜୀବନ। ବେତନଟୀ ଥାନା ବଡ଼ଜାମବଣି ଫାଣ୍ଡି ଅଧୀନ ଧୋବଣିଶୋଳ ଗ୍ରାମରେ ଏଭଳି ଏକ ଅଘଟଣ ଘଟିଛି । ମୃତକ ହେଉଛନ୍ତି ଧୋବଣିଶୋଳ ଗ୍ରାମର ୮୬ ବର୍ଷୀୟ କ୍ଷେତ୍ରମୋହନ ମହାନ୍ତ। ସୂଚନା ଅନୁଯାୟୀ, ରବିବାର ଭୋର ସମୟରେ କ୍ଷେତ୍ରମୋହନ ଗାଁ ନିକଟ ସୁବର୍ଣ୍ଣରେଖା କେନାଲକୁ ଶୌଚ ପାଇଁ ଯାଇଥିଲେ। ତେବେ କୌଣସି କାରଣରୁ ଗୋଡ଼ ଖସିଯିବାରୁ ସେ ପାଣିରେ ବୁଡ଼ି ଯାଇଥିବା ଜଣାପଡ଼ିଛି। ସକାଳ ପ୍ରାୟ ୭ଟା ସମୟରେ କେନାଲ ପାଣିରେ କ୍ଷେତ୍ରମୋହନଙ୍କ ମୃତଦେହ ଭାସୁଥିବା ଗ୍ରାମବାସୀ ଦେଖିଥିଲେ।
ତୁରନ୍ତ ବଡ଼ଜାମବଣି ଫାଣ୍ଡି ଓ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଖବର ପାଇ ବେତନଟୀ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପାଣିରୁ ମୃତଦେହକୁ ଉଦ୍ଧାର କରି କୃଷ୍ଣଚନ୍ଦ୍ରପୁର ଡାକ୍ତରଖାନାକୁ ନେଇଥିଲେ। ପରେ ପରିବାରବର୍ଗଙ୍କ ଏତଲା ଆଧାରରେ ବଡ଼ଜାମବଣି ଫାଣ୍ଡି ଅଧିକାରୀ ଏଏସଆଇ ଭାବଗ୍ରାହୀ ମହାନ୍ତ ମାମଲା ରୁଜୁ କରିଥିଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି। ଘଟଣାକୁ ନେଇ ଗାଁରେ ଶୋକର ଛାୟା ଖେଳିଯାଇଥିବା ବେଳେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ