
ଭୁବନେଶ୍ୱର: ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଶନିବାର ବିଧାନସଭାରେ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି । ପଏଣ୍ଟ ଅଫ ଅର୍ଡର ଉଠାଇ ଶ୍ରୀ ମିଶ୍ର ବିରୋଧୀଙ୍କ ଟାର୍ଗେଟ କରିଛନ୍ତି ।
ଶ୍ରୀ ମିଶ୍ର କହିଛନ୍ତି ଯେ ଚାଷୀ ପ୍ରସଙ୍ଗରେ ବିରୋଧୀ ମୁଲତବୀ ଆଣିଥିଲେ । ଆମେ ଆଲୋଚନା ଚାହୁଁଥିଲୁ । କିନ୍ତୁ କ’ଣ ପାଇଁ ଗତକାଲି ଠାରୁ ଗୃହକୁ ମୁଲତବୀ କରାଯାଉଛି । ଲବିରେ କିଛି ବିଜେଡି ବିଧାୟକଙ୍କ ସହ ଆଲୋଚନା କରୁଥିଲି । ସେମାନେ ହେଲେ ପାଣ୍ଡିଆନ କହିଲେ ବୋଲି ଆମେ ଏମିତି କଲୁ । ତେଣୁ ଏଗୃହକୁ କ’ଣ ପାଣ୍ଡିଆନ ଚଳାଇବେ କି ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଛନ୍ତି । ଦରି ବୁହା, ଟେଣ୍ଟ ବୁହା ଏଠିକି ଆସି ବଡ଼ କଥା କହୁଛନ୍ତି । କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହ ବନ୍ଦ କରିଦିଆଯିବ । ପାଣ୍ଡିଆନଙ୍କ ନମ୍ବର ୱାନ ଚାମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି ବୋଲି ଜୟନାରାୟଣ ମିଶ୍ର କହିଛନ୍ତି ।




