ପାରାଦୀପ ପ୍ରଗତିର ମୁଖଶାଳା:ମୁଖ୍ୟମନ୍ତ୍ରୀ

ପାରାଦୀପ: ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ। ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ହୋଇଥିଲା ବୈଭବଶାଳୀ। ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬ ହଜାର କୋଟି ବ୍ୟୟ ହେବ ବୋଲି ସେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଭା ମଞ୍ଚରେ ପୂର୍ବ ସରକାରକୁ ମଧ୍ୟ ଟାର୍ଗେଟ୍‌ କରିଥିଲେ। ୯୯ଟି ଷ୍ଟିଲ ପ୍ଲାଣ୍ଟ ଏମ୍‌ଓୟୁ କରିଥିଲେ, କେତୋଟି କାର୍ୟ୍ୟକାରୀ କରିଛ ବୋଲି ସେ ପ୍ରଶ୍ନ କରିଥିଲେ। ପୂର୍ବ ସରକାର ସମୟରେ ପୋସ୍କୋ ଫେରିଯାଇଥିଲା, ଆମେ ଫେରାଇ ଆଣିଛୁ। ଏଥିସହିତ ମିତ୍ତଲ ପଳାଇଯିବା କଥା ଯେଉଁମାନେ କହୁଛନ୍ତି, ତାହା ବିଭ୍ରାନ୍ତିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ