ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି ପାରାଦୀପ ବନ୍ଦରରେ ଏମଟି ୟୁନିଟି (ଆଇଏମଓ ୯୩୮୮୭୯୨) ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀ ସଂସ୍ଥାର ଅନ୍ତରୀଣ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ପକ୍ଷରେ ଏ ସଂକ୍ରାନ୍ତୀୟ ମୂଳ ସାମୁଦ୍ରିକ ବିବାଦ ମାମଲାରେ ପ୍ରତିପକ୍ଷ ଏମଟି ୟୁନିଟି (ଆଇଏମଓ ୯୩୮୮୭୯୨) ସମେତ ଅନ୍ୟ ପ୍ରତିପକ୍ଷଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ସେପ୍ଟେମ୍ବର ୧୦କୁ ମାମଲାର ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରାଯାଇଛି।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ପ୍ରତିପକ୍ଷ ଜାହାଜଟି ଖୁବ ଶୀଘ୍ର ପାରାଦୀପ ବନ୍ଦର ଛାଡ଼ି ଚାଲିଯାଇ ପାରେ ବୋଲି ଆବେଦନକାରୀ ଦର୍ଶାଇଥିଲେ। ଯଦି ପାରାଦୀପ ବନ୍ଦରରୁ ଜାହାଜ ଅନ୍ୟତ୍ର ଚାଲିଯାଏ ତେବେ ଏହି ମାମଲା ଅପ୍ରାସଂଗିକ ହୋଇଯିବ ବୋଲି ଶୁଣାଣି ବେଳେ ସ୍ପଷ୍ଟ ‌ହୋଇଥିଲା। ଏହାପରେ ହାଇକୋର୍ଟ ଜାହାଜକୁ ପାରଦୀପ ବନ୍ଦରରେ ଗିରଫ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ୧୧୦,୧୬୮.୫୦ ଆମେରିକୀୟ ଡଲାର ଦାବି କରି ଜାହାଜ ଓ ଏହାର ମାଲିକଙ୍କ ବିରୋଧରେ ଆବେଦନକାରୀ ସଂସ୍ଥା ଏହି ମାମଲା ଦାୟର କରିଛି। ମୂଳ ସାମୁଦ୍ରିକ ବିବାଦ ମାମଲା ବିଚାରାଧୀନ ଥିବା ବେଳେ ଜାହାଜକୁ ଆରେଷ୍ଟ କରାଯାଉ ବୋଲି ଦର୍ଶାଇ ଆବେଦନକାରୀ ଅନ୍ତରୀଣ ଆବେଦନ ଦାୟର କରିଥିଲେ। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ କାଜଲ ସାହୁ ମାମଲା ପରିଚାଳନା କରୁଛନ୍ତି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ