ପାର୍ବଣ ପୂର୍ବରୁ ସବୁ ରାସ୍ତା ଚକାଚକ ହେବ: ପୂର୍ତ୍ତ ମନ୍ତ୍ରୀ

ଭୁବନେଶ୍ବର: ପାର୍ବଣ ପୂର୍ବରୁ ସବୁ ରାସ୍ତା ଚକାଚକ ହେବ । ରାସ୍ତା ମରାମତି ନେଇ ଆସିବ ସ୍ୱତନ୍ତ୍ର ନୀତି । ସବୁ ଅଞ୍ଚଳ ଗସ୍ତ କରି ଆସନ୍ତା ଦୁଇଦିନ ମଧ୍ୟରେ ରାସ୍ତାର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବେ ବିଭାଗୀୟ ଯନ୍ତ୍ରୀ । ସେପ୍ଟେମ୍ବର ୨୦ ସୁଦ୍ଧା ସବୁ ରାସ୍ତାର ଖାଲଖମାର ମରାମତି କାମ ଶେଷ ହେବ । ଦଶହରା ପୂର୍ବରୁ ରାସ୍ତା ମରାମତି ନେଇ ସମୀକ୍ଷା ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ପାର୍ବଣ ଋତୁ ଦଶହରାକୁ ନେଇ ସାରା ରାଜ୍ୟରେ ଉତ୍ସବର ମାହୋଲ ସୃଷ୍ଟି ହେବାକୁ ଯାଉଛି । କିନ୍ତୁ ରାସ୍ତାଘାଟ ଓ ଗମନାଗମନ ନେଇ ଭୁବନେଶ୍ୱର ଓ କଟକ ସମେତ ସମସ୍ତ ସହର ଏବଂ ରାଜ୍ୟବାସୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହି ସମସ୍ୟାର ସମାଧାନ ପାଇଁ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ନିର୍ମାଣ ସୌଧ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ମନ୍ତ୍ରୀ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ସହ ସବୁ ପ୍ରମୁଖ ସହର ତଥା ସମସ୍ତ ଜିଲ୍ଲାର ରାସ୍ତାଘାଟର ସ୍ଥିତି ଅନୁଧ୍ୟାନ କରିଛନ୍ତି ।ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, “ବର୍ଷା ଋତୁ ଆସିଲେ ରାସ୍ତାରେ ଖାଲଖମା ହେବା ଏବଂ ରାସ୍ତା ଖରାପ ହେବା ଏକ ସାଧାରଣ ପ୍ରକ୍ରିୟା । ତେବେ ଏହାକୁ ତୁରନ୍ତ ମରାମତି କରି ଜନସାଧାରଣଙ୍କୁ ଏକ ସୁଖଦ ଅନୁଭୂତି ପ୍ରଦାନ କରିବା ଆମ ସରକାରଙ୍କ ନୈତିକ ଦାୟିତ୍ୱ ଓ କର୍ତ୍ତବ୍ୟ ମଧ୍ୟ । ବର୍ତ୍ତମାନ ନୂତନ ନିଯୁକ୍ତି ଜରିଆରେ ବହୁ ପ୍ରତିଭାବାନ ଅଧିକାରୀ ଓ ଇଞ୍ଜିନିୟରମାନେ ବିଭାଗରେ ଯୋଗ ଦେଇଛନ୍ତି । ତେଣୁ, ଇଞ୍ଜିନିୟରମାନେ ସେମାନଙ୍କୁ ଜ୍ଞାନର ଉପଯୋଗ କରି ସ୍ଥାୟୀ ଓ ସୁନ୍ଦର ରାସ୍ତା ନିର୍ମାଣ ଉପରେ ଗୁରୁତ୍ୱ ଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥି ସହ ଆଗାମୀ ଦୁର୍ଗା ପୂଜାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ସୁଦ୍ଧା ରାଜ୍ୟର ସବୁ ପ୍ରମୁଖ ରାସ୍ତାକୁ ଖାଲଖମା ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।”ପରବର୍ତ୍ତୀ ଅକ୍ଟୋବର ୨ରୁ ଖରାପ ଅବସ୍ଥାରେ ଥିବା ରାସ୍ତାର ସମ୍ପୂର୍ଣ୍ଣ ନବୀକରଣ କରିବା ପାଇଁ ମନ୍ତ୍ରୀ ବିଭାଗରେ କାର୍ୟ୍ୟ କରୁଥିବା ଇଞ୍ଜିନିୟରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ରାସ୍ତାର ସ୍ଥାୟିତ୍ୱ ଏବଂ ମରାମତି ସହ ଯେଉଁ ସଂସ୍ଥା ଓ ବିଭାଗମାନେ ରାସ୍ତା ବ୍ୟବହାର କରୁଛନ୍ତି ସେଥି ନେଇ ଆଗାମୀ ଦିନରେ ଏକ ସ୍ୱତନ୍ତ୍ର ନୀତି ପ୍ରଣୟନ ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏହା ସହିତ ସମ୍ପୃକ୍ତ ଇଞ୍ଜିନିୟରମାନେ ଆସନ୍ତା ଦୁଇ ଦିନ ମଧ୍ୟରେ ଅଞ୍ଚଳ ଗସ୍ତ କରି ରାସ୍ତାର ସ୍ଥିତି ବିଷୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ