ପାର୍ବଣ ବେଳେ କାଚିବ ବର୍ଷା ପବନ

ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା ମଉଜ । କାରଣ ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହାର ତୀବ୍ରତା, ଗତିପଥ ଏବଂ ପରବର୍ତ୍ତୀ ସ୍ଥିତି କ’ଣ ହେବ, ସେନେଇ ସ୍ପଷ୍ଟ ଚିତ୍ର ମିଳିପାରିନାହିଁ । ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ମଧ୍ୟ ଅସ୍ପଷ୍ଟ ରହିଛି । ବର୍ତ୍ତମାନ ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟଟି । ଯାହା ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବ । ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ମୁହାଁଇପାରେ । ସାଧାରଣତଃ ଅକ୍ଟୋବର ଆସିଲେ ଓଡ଼ିଶାରେ ବାତ୍ୟା ଛନକା ପଶିଥାଏ । ହେବେ ସମ୍ଭାବ୍ୟ ଲଘୁଚାପ ଶକ୍ତିଶାଳୀ ହୋଇ ବାତ୍ୟାର ରୂପ ନେବ କି ନାହିଁ ସେନେଇ କିଛି ସ୍ପଷ୍ଟ ହୋଇନି । ଏପଟେ ରାଜ୍ୟରେ ଲାଗିରହିଛି ଝଡ଼ବର୍ଷା । ଆଜି ପାଇଁ ୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ୧୯୯୯ ଅକ୍ଟୋବରରେ ମହାବାତ୍ୟା, ୨୦୧୩ ଅକ୍ଟୋବର ୧୧ରେ ଫାଇଲିନ୍, ୨୦୧୪ ଅକ୍ଟୋବର ୧୨ରେ ହୁଡହୁଡ୍, ୨୦୧୮ ଅକ୍ଟୋବର ୧୧ରେ ତିତିଲି ଭଳି ସାମୁଦ୍ରିକ ଝଡ଼ ଓଡ଼ିଶାକୁ ପ୍ରଭାବିତ କରିଥିଲା । ତେବେ ସମ୍ଭାବ୍ୟ ଲଘୁଚାପ ଶକ୍ତିଶାଳୀ ହୋଇ କେଉଁ ରୂପ ନେବ ଓ କେତେ ପ୍ରଭାବ ପଡ଼ିବ, ଏବେ ତା’ ଉପରେ ନଜର।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପୁଣି ବଢ଼ିଲା ଚିନି, ଡାଲି ଦର

    ଭୁବନେଶ୍ୱର: ପୁଣି  ବଢ଼ିଲା ଚିନି ଦର । କୁଇଣ୍ଟାଲ ପିଛା ୫୦ କି  ୧୦୦ ନୁହେଁ, ଏକାଥରକେ ୩୦୦ରୁ ୫୦୦  ଟଙ୍କା ବଢ଼ିଛି । କିଛି ଦିନ ପୂର୍ବରୁ ଚିନି କୁଇଣ୍ଟାଲ ପିଛା ଦର ୫୦୦୦ ଟଙ୍କା ଥିବା ବେଳେ ଏବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ