ପୀତବାସ ହତ୍ୟାକାଣ୍ଡ ମାମଲା: ଶିବଶଙ୍କର ଦାସ ଫୁଲବାଣୀ ଜେଲକୁ ସ୍ଥାନାନ୍ତରିତ

ବ୍ରହ୍ମପୁର: ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତରିତ କରାଯାଇଛି। ବ୍ରହ୍ମପୁର ଜେଲରୁ ସେ ଗଲେ ଫୁଲବାଣୀ ଜେଲ। କୋର୍ଟଙ୍କ ଅନୁମତି ପରେ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି। ବ୍ରହ୍ମପୁର ଜେଲରେ ସୁରକ୍ଷିତ ନଥିବା ଦର୍ଶାଇ ଥିଲେ ଜେଲର।
ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାଉପରୁ ପରଦା ହଟାଇଛି ପୁଲିସ। ପୀତାବାସଙ୍କୁ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ବେଳେ ଅଗ୍ରିମ ଭାବେ ୧୦ ଲକ୍ଷ ଟଙ୍କା ଦିଆଯାଇଥିଲା। ହତ୍ୟାକାଣ୍ଡର ୧୭ ଦିନ ପରେ ବ୍ରହ୍ମପୁର ପୁଲିସ ରହସ୍ୟ ଉନ୍ମୋଚନ କରିବା ସହ ଏହି ମାମଲାରେ ୧୨ ଜଣଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁକୁ ପୁଲିସ ମୁଖ୍ୟ ଷଡ଼୍‌ଯନ୍ତ୍ରକାରୀ ବୋଲି ଦର୍ଶାଇଛି। ଜାମିନ ନାମଞ୍ଜୁର ପରେ ସମସ୍ତ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ବ୍ରହ୍ମପୁର ଏସ୍‌ପି ଡା. ଶରବଣା ବିବେକ ଏମ୍‌ ହତ୍ୟା ଷଡ୍‌ଯନ୍ତ୍ର ଠାରୁ ଆରମ୍ଭ କରି ଅଭିଯୁକ୍ତଙ୍କ ଭୂମିକା ଉପରେ ବିସ୍ତୃତ ତଥ୍ୟ ରଖିଛନ୍ତି। ପୀତବାସଙ୍କୁ ହତ୍ୟା କରିବାକୁ ବହୁ ଆଗରୁ ଯୋଜନା ହୋଇଥିଲା। ଏଥିପାଇଁ ହିଞ୍ଜିଳିର ବିପିନ ସ୍ବାଇଁ ବିହାରୀ ସାର୍ପସୁଟର୍‌ ଶିଶୁପାଳ କୁମାର ପାଶ୍‌ୱାନ ଓ କୁନ୍ଦନ କୁମାରଙ୍କୁ ଯୋଗାଡ଼ କରିଥିଲା। ସେମାନେ ସେପ୍ଟେମ୍ବର ୧୦ରୁ ୧୪ ତାରିଖ ପର୍ୟ୍ୟନ୍ତ ବ୍ରହ୍ମପୁର ଅଳକାପୁରୀ ଅଞ୍ଚଳର ଶୂନ୍ୟ ଦାସଙ୍କ ଘରେ ଭଡ଼ାରେ ରହିଥିଲେ। ହିଞ୍ଜିଳିର ବିପିନ ଓ ବଡ଼ଗଡ଼ର ସୀମାଞ୍ଚଳ ନାୟକ ଏମାନଙ୍କ ସହ ମିଶି ରେକି କରିଥିଲେ। ଦୈନନ୍ଦିନ ପୀତବାସଙ୍କ ଘରୁ କୋର୍ଟ ଓ ସନ୍ଧ୍ୟାରେ ପାର୍କସାହିସ୍ଥିତ ଚାମ୍ବର୍‌ ଯିବାଆସିବା ସମୟକୁ ସେମାନେ ଟ୍ରାକ୍‌ କରି ଉଚିତ ସମୟ ବାଛିଥିଲେ। ଉମା ବିଷୋୟୀ, ଯୋଗେନ୍ଦ୍ର ରାଉତ ଏମାନଙ୍କୁ ମଳୟ ବିଷୋୟୀଙ୍କ ସହଯୋଗରେ ଅଳକାପୁରୀର ଶୂନ୍ୟଚନ୍ଦ୍ର ଦାସଙ୍କ ଘରେ ଭଡ଼ାରେ ରହିବା ବ୍ୟବସ୍ଥା କରିଥିଲେ।

  • Related Posts

    ନାବାଳିକା ଦୁଷ୍କର୍ମକାରୀକୁ ଫାଶୀ

    ଅନୁଗୁଳ: ଜଣେ ୫ ବର୍ଷର ବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଜରପଡ଼ା ଥାନା ଜେରେଙ୍ଗ ଦେହୁରୀସାହିର ବାବୁଲା ଜେନା(୪୦)କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୁଳ ସ୍ୱତନ୍ତ୍ର ପୋକ୍‌ସୋ ଅଦାଲତ। ମାମଲାର ବିବରଣୀ ଅନୁସାରେ, ଗତବର୍ଷ ମାର୍ଚ୍ଚ ୧୩ ତାରିଖରେ ଅନୁଗୁଳ…

    Continue reading
    ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

    ୧୦/୦୪/୨୦୨୬,ଅନୁଗୋଳ:ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ ଅଭିଯୁକ୍ତ ବାବୁଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ