ପୁଅ ମାଡ଼ରେ ମା’ ମୃତ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ମହିଜୋରରେ ପୁଅ ମାଡ଼ରେ ମା’ ମୃତ।  ମୃତ ମହିଳା ଜଣଙ୍କ ହେଉଛନ୍ତି ମହିଜୋରର ଉର୍କୁଲି ଲୁହାର (୬୦ ବର୍ଷ)।
ସୂଚନାନୁଯାୟୀ, ଶନିବାର ଭୋର୍ ୪ଟାରେ ଉର୍କୁଲି ଲୁହାର ଶୋଇଥିବା ସମୟରେ ପୁଅ ବନମାଲି ହଠାତ୍ ଏକ ଲୁହା ପଟାରେ ତାଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ସ୍ଥାନୀୟ ଲୋକେ ଉର୍କୁଲିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଲଖନପୁର ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବେଲପାହାଡ ପୋଲିସ ଅଭିଯୁକ୍ତ ପୁଅ ବନମାଲି ଲୁହାରକୁ ଅଟକ ରଖିଛି। ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି। ତେବେ ବନମାଲି କାହିଁକି ଉର୍କୁଲିଙ୍କୁ ହତ୍ୟା କଲା ତାହାର କାରଣ ଅସ୍ପଷ୍ଟ ରହିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ