ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ଭୁବନେଶ୍ୱର: ସୁଭଦ୍ରା ପୋର୍ଟାଲ ନେଇ ମଙ୍ଗଳବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ସୁଭଦ୍ରା ପୋର୍ଟାଲକୁ ପୁଣି ଖୋଲାଯିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଅଗଷ୍ଟ ୯ତାରିଖ ପରେ ସୁଭଦ୍ରା ପୋର୍ଟାଲ ଖୋଲିବ । ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ସର୍ଭେ କରାଯିବ । ୨୧ ବର୍ଷ ହୋଇଥିବା ଯୁବତୀ ବା ମହିଳା ଆବେଦନ କରିପାରିବେ । ଅଗଷ୍ଟ ୯ତାରିଖ ଦିନ ତୃତୀୟ କିସ୍ତି ମିଳିବା ପରେ ପୋର୍ଟାଲ ଖୋଲିବ ।

ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ସୁଭଦ୍ରା କିସ୍ତି ମିଳିବ । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ସୁଭଦ୍ରା କିସ୍ତି ମିଳିବ । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ । ଜିରୋ ଇନକମ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଉଦ୍ଧ୍ୱର୍ ରୋଜଗାର ଥିଲେ ସୁଭଦ୍ରା ଟଙ୍କା ମିଳିବନି । କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ । ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନରୋଲମେଣ୍ଟ ଚେକ କରିବେ । ଅଗଷ୍ଟ ୯ କିସ୍ତି କୋରାପୁଟ ଜୟପୁର ଯାଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ପ୍ରଦାନ କରିବେ ।

  • Garvita Odia

    Related Posts

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଭୁବନେଶ୍ୱର: ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲାରେ ୩୮ଟି ମଡେଲ ମଣ୍ଡି ଖୋଲିବ। ଆବଶ୍ୟକତା ଦେଖି…

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ