ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ

କଟକ : କଟକ ଜିଲ୍ଲା ଚାଉଳିଆଗଞ୍ଜ ଥାନା ନଦୀକୂଳ ସାହିରୁ ଜଣେ ଯୁବତୀଙ୍କ ମୃତଦେହ ଠାବ ହୋଇଛି । ବର୍ତ୍ତମାନ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ଯୁବତୀଙ୍କ ଜଣଙ୍କର ଘର ଭିତରେ ଲାଗିଥିବା ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଛନ୍ତି । ପରିବାର ଲୋକ ଏହା ଦେଖି ତୁରନ୍ତ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ । ସ୍ଥାନୀୟ ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହାସହ ଘଟଣାର ଛାନ୍‌ଭିନ୍‌ ଜାରି ରହିଛି ।ସେପଟେ ଯୁବତୀଙ୍କ ଆତ୍ମହତ୍ୟା ପରେ ଏକ ଘଟଣା ସାମ୍ନାକୁ ଆସିଛି । କୁଆଡେ ଆତ୍ମହତ୍ୟା କରିଥିବା ଯୁବତୀଙ୍କର କିଛି ମାସ ତଳେ ଏକ ଭିଡ଼ିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଭାଇରାଲ ଘଟଣାର ତଦନ୍ତ ଚାଲିଛି । ବ୍ଲାକମେଲିଂ ଲାଗି ଯୁବତୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ଯୁବତୀଙ୍କ ମୋବାଇଲ ଜବତ କରି ଅନୁସନ୍ଧାନ କରୁଛି ଚାଉଳିଆଗଞ୍ଜ ଥାନା ପୋଲିସ ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ