ପୁଣି ମଣିପୁରରେ କର୍ଫ୍ୟୁ, ସାତ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ହିଂସା ପ୍ରଭାବିତ ମଣିପୁରରେ ପୁଣି ଜାରି ହେଲା କର୍ଫ୍ୟୁ। ଇମ୍ଫାଲ ୱେଷ୍ଟ ଏବଂ ଇମ୍ଫାଲ ଇଷ୍ଟରେ କର୍ଫ୍ୟୁ ଲାଗୁ କରାଯିବା ସହିତ ସାତଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ ଓ ପରେ ସେମାନଙ୍କ ମୃତଦେହ ମିଳିବା ପରେ ଏହି ଜିଲ୍ଲାଗୁଡ଼ିକରେ ପୁଣିଥରେ ହିଂସା ଉଗ୍ରରୂପ ନେବାକୁ ଲାଗିଛି।
ଏହି ଉତ୍ତର-ପୂର୍ବ ରାଜ୍ୟରେ ଜାରି ରହିଥିବା ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଇମ୍ଫାଲ ପଶ୍ଚିମ, ଇମ୍ଫାଲ ପୂର୍ବ, ବିଷ୍ଣୁପୁର, ଥୋବାଲ, କାକଚିଙ୍ଗ, କାଙ୍ଗପୋକପି ଏବଂ ଚୁରାଚନ୍ଦପୁର ଜିଲ୍ଲାରେ ଦୁଇ ଦିନ ପାଇଁ ଇଣ୍ଟରନେଟ ବନ୍ଦ କରିଦିଆଯାଇଛି। ଇମ୍ଫାଲ ଉପତ୍ୟକାର କେତେକ ଜିଲ୍ଲାରେ ବ୍ୟାପକ ହିଂସା ହୋଇଥିବା ଜଣାପଡ଼ିଛି। ଆନ୍ଦୋଳନକାରୀମାନେ ଅନେକ ବିଧାୟକଙ୍କ ଘରେ ପଶି ଅନେକ ସମ୍ପତ୍ତି ନଷ୍ଟ କରିଦେଇଥିବା ଖବର ମଧ୍ୟ ଆସିଛି।
ଖବର ଅନୁସାରେ ଏକ ଗୋଷ୍ଠୀ ସପାମ ନିଶିକାନ୍ତ ସିଂହ(ବିଧାୟକ)ଙ୍କ ଘର ଉପରେ ଆକ୍ରମଣ କରି ଗେଟ୍ ଏବଂ ଗେଟ୍ ସମ୍ମୁଖରେ ନିର୍ମିତ ବଙ୍କରଗୁଡ଼ିକୁ ନଷ୍ଟ କରିଦେଇଛନ୍ତି। ସମାନ ଗୋଷ୍ଠୀର ପ୍ରଦର୍ଶନକାରୀମାନେ ଇମ୍ଫାଲ ପଶ୍ଚିମ ଜିଲ୍ଲାର ସାଗୋଲବନ୍ଦରେ ବିଧାୟକ ଆର.କେ ଇମୋଙ୍କ ଘର ଉପରେ ମଧ୍ୟ ଆକ୍ରମଣ କରି ଆସବାବପତ୍ର ପୋଡିବା ସହ ଝରକା କବାଟ ଭାଙ୍ଗିଦେଇଛନ୍ତି।

ପ୍ରକାଶ ଥାଉ, ଗତ ପାଞ୍ଚ ଦିନ ତଳେ କୁକି ବିଦ୍ରୋହୀ ସନ୍ଦିଗ୍ଧମାନେ ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ କରିନେଇଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଜି ଆଉ ତିନି ଜଣଙ୍କ ମୃତଦେହ ମିଳିଛି। ଏହାପରେ ରାଜ୍ୟରେ ହିଂସା ପୁଣି ଉଗ୍ରରୂପ ନେଇଛି। ଯାହାକୁ ଦୃଷ୍ଟିରେ ରଖି ଇମ୍ଫାଲ ୱେଷ୍ଟ ଏବଂ ଇମ୍ଫାଲ ଇଷ୍ଟରେ କର୍ଫ୍ୟୁ ଲାଗୁ କରାଯିବା ସହିତ ସାତଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି।

Related Posts

ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

Continue reading
ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ