
ଭୁବନେଶ୍ବର : ରାଜ୍ୟରେ ଗତ କିଛିଦିନ ହେବ ବର୍ଷା ଜାରି ରହିଥିବା ବେଳେ ଆଜିଠୁ ପାଗ ପରିବର୍ତ୍ତନ ହୋଇଛି।ଶୁଖିଲା ପାଗ ରହିଥିବା ବେଳେ ଡିସେମ୍ବର ୨୪ ଓ ୨୫ରେ ପୁଣି ବର୍ଷା ସହ ଘନ କୁହୁଡି ହେବ ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ। ତେବେ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଥିବା ବେଳେ ୭ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଆକଳନ କରିଛି ବିଭାଗ । କେନ୍ଦ୍ରାପଡା, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ହେବ ବର୍ଷା । ସେହିପରି ୯ ଜିଲ୍ଲାକୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ।ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରି । ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଦେଇଛି ବିଭାଗ।




