ଭୁବନେଶ୍ୱର, ୨୧/୧୦: ପୁରୀ ଜିଲ୍ଲାର ବରିଷ୍ଠ ବିଜେପି ନେତା ତଥା ସମାଜସେବୀ ଡ. ବିଶ୍ୱନାଥ ରଥଙ୍କ ପରଲୋକ ଘଟିଛି । ତାଙ୍କ ପରଲୋକରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସ୍ୱର୍ଗତଃ ରଥ ଜଣେ ମିଷ୍ଟଭାଷୀ, ଉତ୍ସର୍ଗୀକୃତ କର୍ମୀ, ବନ୍ଧୁବତ୍ସଳ ବ୍ୟକ୍ତି ଭାବରେ ଜନସାଧାରଣଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ । ସ୍ୱର୍ଗତଃ ରଥ ପୂର୍ବତନ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ହେବା ସହ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଥିଲେ । ଭାରତ ସରକାରଙ୍କ ନାରିକେଳ ବିକାଶ ବୋର୍ଡର ପୂର୍ବତନ ଉପାଧ୍ୟକ୍ଷ ଥିଲେ । ତାଙ୍କ ବିୟୋଗ ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ସ୍ୱର୍ଗତଃ ରଥଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।
ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…




