ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ

ପୁରୀ: ବିଶ୍ୱରେ ଏବେ ଅରାଜକତା ଚାଲିଛି । ଧର୍ମ ସଂସ୍କୃତି ଧୀରେ ଧୀରେ ନଷ୍ଟ ହେବାରେ ଲାଗିଛି । ଓଡ଼ିଶାରେ ଏଭଳି ସ୍ଥିତି ନହେଉ ବୋଲି ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମାର୍ଗଦର୍ଶନ ଦେଇଛନ୍ତି । ସନାତନ ଧର୍ମ ସଂସ୍କୃତି ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପରାମର୍ଶ ନିଆଗଲେ ଉଚିତ୍ ମାର୍ଗଦର୍ଶନ ଦେଇପାରିବେ ବୋଲି ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ମତ ଦେଇଛନ୍ତି । ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥାକୁ ଶଙ୍କରାଚାର୍ଯ୍ଯ ସ୍ୱାଗତ କରିଥିବା ବେଳେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁବିଧା ସୁରୁଖୁରୁରେ ହେଉ ବୋଲି ଜଗତଗୁରୁ ଶଙ୍କରାଚାର୍ଯ୍ୟ ପରାମର୍ଶ ଦେଇଛନ୍ତି ।
ଶ୍ରୀମନ୍ଦିରରେ ଆଗାମୀ ଦିନରେ ଭକ୍ତଙ୍କ ସୁବିଧା ପାଇଁ ଅନେକ ପ୍ରକଳ୍ପ ହେବାକୁ ଯାଉଛି । ଏହି ପ୍ରକଳ୍ପ ସମ୍ପର୍କରେ ମାର୍ଗଦର୍ଶନ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ସମସ୍ତ ପ୍ରକଳ୍ପର ରୂପରେଖ ସମ୍ପର୍କରେ ଆଲୋଚନା କରିଛନ୍ତି । ସେବାୟତ ପିଲାଙ୍କ ପାଇଁ ଆଦର୍ଶ ଗୁରୁକୁଳ, ଶ୍ରୀଜଗନ୍ନାଥ ବ୍ୟାଖ୍ୟାନ କେନ୍ଦ୍ର, ଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ପ୍ରକଳ୍ପ, ରଘୁନନ୍ଦନ ପାଠାଗାର ଆଦିର ରୂପରେଖ ଓ ଅଗ୍ରଗତି ସଂପର୍କରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଅବଗତ କରାଯାଇଛି ଏବଂ ତାଙ୍କ ପରାମର୍ଶ ଲୋଡ଼ାଯାଇଛି ।
ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜ, କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ପୁରୀ ଏସପି ପ୍ରତୀକ ସିଂ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟମାନେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି ।
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଛନ୍ତି, “ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଶୀର୍ବାଦ ନେଲୁ । ଭକ୍ତଙ୍କ ସୁବିଧା ପାଇଁ ଅଗାମୀ ଦିନରେ ହେବାକୁ ଥିବା ସବୁ ପ୍ରକଳ୍ପ ବିଷୟରେ ଗୁରୁଜୀଙ୍କୁ ଅବଗତ କରାଇଛୁ । ଏହି ପ୍ରକଳ୍ପ ସଂପର୍କରେ ଗୁରୁଜୀଙ୍କ ପରାମର୍ଶ ଲୋଡ଼ିଛୁ । ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ କିଭଳି ଏକ ଭଲ ଅନୁଭୂତି ନେଇ ଫେରିବେ ସେନେଇ କାର୍ଯ୍ଯ କରିବା ଆମର ଲକ୍ଷ୍ୟ ରହିଛି ।”
ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ମଧୁସୂଦନ ସିଂହାରୀ କହିଛନ୍ତି, “ଜଗତଗୁରୁ ଶଙ୍କରାଚାର୍ଯ୍ୟ ହେଉଛନ୍ତି ଆମ ସନାତନ ଧର୍ମ ଓ ସଂସ୍କୃତିର ଗୁରୁ ଓ ଆସ୍ଥାର ପ୍ରତୀକ । ଶ୍ରୀମନ୍ଦିରରେ ଭକ୍ତମାନେ କିଭଳି ଶୃଙ୍ଖଳିତ ଦର୍ଶନ କରି ଏକ ଭଲ ଅନୁଭୂତି ନେଇ ଫେରିବେ ସେହି ଲକ୍ଷ୍ୟ ନେଇ ରାଜ୍ଯ ସରକାର କାର୍ଯ୍ୟ କରୁଛନ୍ତି । ଆଗାମୀ ଦିନରେ ଭକ୍ତଙ୍କ ପାଇଁ ହେବାକୁ ଥିବା ସବୁ ପ୍ରକଳ୍ପ ସଂପର୍କରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚାନା କରିଛୁ । ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଯାହା ବି କିଛି କାର୍ଯ୍ୟ ହେବ ତାହା ପୁର୍ବରୁ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ମତାମତ ନିଆଯାଇ କରାଯିବ ବୋଲି ସରକାରଙ୍କ ଲକ୍ଷ୍ୟ ରହିଛି ।”

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ