ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ପାଇଁ ସାନି ବିଜ୍ଞପ୍ତି

ଭୁବନେଶ୍ୱର : ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ପାଇଁ ବୟସ ସୀମା ୩ବର୍ଷ ବଢ଼ିବା ପରେ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ଆବେଦନ ପାଇଁ ସର୍ବନିମ୍ନ ବୟସ ୨୧ ବର୍ଷ ଧାର୍ଯ୍ୟ କରାଯାଇଛି। ସାଧାରଣ ବର୍ଗଙ୍କ ପାଇଁ ସର୍ବୋଚ୍ଚ ବୟସସୀମା ୨୦୨୪ ଜାନୁଆରୀ ପହିଲା ସୁଦ୍ଧା ୨୮ ବର୍ଷ ଧାର୍ଯ୍ୟ ହୋଇଥିବାବେଳେ ଏସ୍‌ଇବିସି, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ସମସ୍ତ ବର୍ଗର ମହିଳା ପ୍ରାର୍ଥୀଙ୍କ ପାଇଁ ୩୩ ବର୍ଷ ରଖାଯାଇଛି।ଆସନ୍ତା ୬ ତାରିଖରୁ ଆବେଦନ ଆରମ୍ଭ ହେବ। ୧୦ଦିନ ପର୍ଯ୍ୟନ୍ତ ଅର୍ଥାତ୍‌ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ଆବେଦନ କରିପାରିବେ। ଓଡ଼ିଶା ପୁଲିସ୍‌ ୱେବସାଇଟ୍‌ odishapolice.gov.in ରେ ଅନ୍‌ଲାଇନ୍‌ରେ ଆବେଦନ ହେବ ବୋଲି ଓଡ଼ିଶା ପୁଲିସ୍‌ ରିକ୍ରୁଟ୍‌ମେଣ୍ଟ ବୋର୍ଡ (ଓପିଆର୍‌ବି) ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗତ ଜାନୁଆରୀ ୧୭ ତାରିଖରେ ଏହି ନିଯୁକ୍ତି ପାଇଁ ପ୍ରଥମ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏପରିକି ମାର୍ଚ୍ଚ ୮ ଓ ୯ରେ ପ୍ରିଲିମିନାରୀ ପରୀକ୍ଷା ହେବାକୁ ସ୍ଥିର ହୋଇଥିବାବେଳେ ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ ହେବାରୁ ପରୀକ୍ଷାର ଦୁଇଦିନ ପୂର୍ବରୁ ବାତିଲ୍‌ କରାଯାଇଥିଲା। ସେହିପରି ବୟସସୀମା କୋହଳ କରିବାକୁ ବହୁ ଆଶାୟୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ସରକାର ଏକକାଳୀନ ୩ ବର୍ଷ ପାଇଁ ବୟସ କୋହଳ କରିଛନ୍ତି।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ