ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପରଲୋକ

ଭବନେଶ୍ୱର: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୧)ଙ୍କ ରବିବାର ସନ୍ଧ୍ୟା ପ୍ରାୟ ସାଢ଼େ ୯ଟାରେ ପରଲୋକ ଘଟିଛି । କିଛି ଦିନ ହେଲା ସେ କିଡନୀଜନିତ ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି । ସ୍ୱର୍ଗତ ମାଝୀ ବିଜେପି ଦଳରୁ ୨୦୦୪ ଓ ୨୦୦୯ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ୨୦୧୪ ଓ ୨୦୧୯ ମସିହାରେ ବାଲିଗୁଡ଼ାରୁ ବିଜେପି ପ୍ରାର୍ଥୀ ଭାବେ ବିଧାନସଭା ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ ।

ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ ଲେଖିଛନ୍ତି, ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି, ସରଳ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ବିଶେଷଭାବରେ ଜନଜାତିଙ୍କ କଲ୍ୟାଣ ଓ ସେବା ଦିଗରେ ସବୁବେଳେ ତତ୍ପର ହୋଇଥିଲେ । ନିଜ ନିର୍ବାଚନମଣ୍ଡଳୀ ପାଇଁ ସେ କରିଥିବା କାମ ପାଇଁ ସେ ସ୍ମରଣୀୟ ହୋଇରହିବେ । ରାଜ୍ୟ ବିଜେପି ସଭାପତି ଶ୍ରୀ ସାମଲ ଓ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ମନ୍ତ୍ରୀ ରବି ନାରାୟଣ ନାୟକ, ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

  • Related Posts

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ.…

    Continue reading
    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା