ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର/ନବରଙ୍ଗପୁର: ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି
ସୂଚନାଯୋଗ୍ୟ,  ଗୁରୁତର ଅବସ୍ଥାରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ରୀ ମାଝୀଙ୍କର ମୃତ୍ୟୁ ହେଇଛି। ୧୯୬୭ରୁ ୧୯୯୦ ମଧ୍ୟରେ ଶ୍ରୀ ମାଝୀ ପରିବହନ, ଅର୍ଥ ଓ ସଂସ୍କୃତି ମନ୍ତ୍ରୀ ଭାବରେ ୪ଥର ରାଜ୍ୟ ମନ୍ତ୍ରିମଣ୍ଡଳରେ କାର୍ଯ୍ୟ କରିଛନ୍ତି।
ଡାବୁଗାଁ ତତ୍କାଳନୀ କୋଡିଙ୍ଗା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ବ କରି ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଶ୍ରୀ ମାଝୀ ସ୍ବତନ୍ତ୍ର ଦଳ, ଭାରତୀୟ ଜାତୀୟ କଂଗ୍ରେସ ଏବଂ ବିଜୁ ଜନତା ଦଳ ଓ ବିଜେପି ସହିତ ଜଡ଼ିତ ଥିଲେ । ୨୦୦୯ରେ ନବରଙ୍ଗପୁର ଲୋକସଭା ଆସନରୁ ବିଜେଡି ଟିକେଟରେ ନିର୍ବାଚନ ଲଢ଼ି ଶ୍ରୀ ମାଝୀ ହାରିଥିଲେ । ୨୦୧୮ ଅକ୍ଟୋବରରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ |

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସଂସ୍କୃତ ଦିବସ ସପ୍ତାହ ପାଳିତ

    ସଂସ୍କୃତ ଭାଷାର ସୁରକ୍ଷା ଓ ପ୍ରଚାର ଉପରେ ଗୁରୁତ୍ୱାରୋପ ରାଇକିଆ, ୩୧।୮: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ସଂସ୍କୃତ ଦିବସ ସପ୍ତାହ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ସଂସ୍କୃତ ଭାଷାର ଗୁରୁତ୍ୱ,…

    Continue reading
    ଲଘୁଚାପଜନିତ ବର୍ଷାରେ ରାଇକିଆ ବେହାଲ

    ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ, ଯାତାୟାତ ପ୍ରଭାବିତ ରାଇକିଆ-୩୧-୨୬-କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଲାଗିରହିଛି। କେତେବେଳେ ଝିପିଝିପି ବର୍ଷା ତ ଆଉ କେତେବେଳେ ପ୍ରବଳ ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ