ପୂର୍ବୋଦୟର ଏହି ପବିତ୍ର ମାଟିରୁ ବିକାଶର ସୂର୍ୟ୍ୟୋଦୟ ହେବ : ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର :ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଓଡ଼ିଶା ଲଳିତ କଳା ଏକାଡେମୀ ପାଇଁ ୩ଗୋଟି ସ୍ୱତନ୍ତ୍ର ୱେବ୍ ସାଇଟକୁ ଉନ୍ମୋଚିତ କରାଯାଇଛି। ଏଥିସହ ସଂସ୍କୃତି ବିଭାଗ ଅଧିନସ୍ଥ ରବୀନ୍ଦ୍ର ମଣ୍ଡପ, ଭଞ୍ଜକଳା ମଣ୍ଡପ ଏବଂ ଉତ୍କଳ ମଣ୍ଡପର ଅନଲାଇନ ବୁକିଂ ପାଇଁ ମଧ୍ୟ ଗୋଟିଏ ସ୍ୱତନ୍ତ୍ର “ମଣ୍ଡପ ୱେବ୍ ସାଇଟ୍”କୁ ଉନ୍ମୋଚିତ କରାଯାଇଛି।
“ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୪ ଗୋଟି ୱେବ୍ ସାଇଟକୁ ଉନ୍ମୋଚିତ କରାଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଓଡ଼ିଶା ଲଳିତ କଳା ଏକାଡେମୀ ପାଇଁ ଉନ୍ମୋଚିତ ହୋଇଥିବା ୩ ଗୋଟି ୱେବ୍ ସାଇଟ୍ ମାଧ୍ୟମରେ ଏକାଡେମୀ ସମ୍ବନ୍ଧୀୟ ସମସ୍ତ ତଥ୍ୟ ଓ ବିଭିନ୍ନ କାର୍ୟ୍ୟକ୍ରମ ଗୁଡ଼ିକୁ ଜନସାଧାରଣଙ୍କ ଅବଗତି ସମ୍ବନ୍ଧରେ ଉପଲବ୍ଧ କରାଯାଇପାରିବ। ଏଥିସହ “ମଣ୍ଡପ ୱେବ୍ ସାଇଟ୍” ମାଧ୍ୟମରେ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ପାଇଁ ରବୀନ୍ଦ୍ର ମଣ୍ଡପ, ଭଞ୍ଜକଳା ମଣ୍ଡପ ଏବଂ ଉତ୍କଳ ମଣ୍ଡପର ଅନ୍‌ଲାଇନ୍‌ ବୁକିଂ କରାଯାଇପାରିବ। ମଣ୍ଡପମାନଙ୍କରେ ଆୟୋଜିତ ହେଉଥିବା ବିଭିନ୍ନ କାର୍ୟ୍ୟକ୍ରମ ସମ୍ବନ୍ଧରେ ମଧ୍ୟ ମଣ୍ଡପ ୱେବ୍ ସାଇଟରେ ସୂଚନା ପ୍ରଦାନ କରାଯିବ”, ବୋଲି କହିଛନ୍ତି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ୟ୍ୟବଂଶୀ ସୂରଜ।
କାର୍ୟ୍ୟକ୍ରମରେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଆୟୋଜନ କରାଯାଇଥିବା “ମୋ ସ୍ବପ୍ନର ଓଡ଼ିଶା-୨୦୩୬” ଚିତ୍ରକଳା ପ୍ରତିଯୋଗିତାର ସମୁଦାୟ ୫୬ଜଣ ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ସଂସ୍କୃତି ବିଭାଗ ପକ୍ଷରୁ କରାଯାଇଥିବା “ଘରେ ଘରେ ତ୍ରିରଙ୍ଗା” କାର୍ୟ୍ୟକ୍ରମରେ ଭାଗନେଇଥିବା ସ୍ବେଚ୍ଛାସେବୀମାନଙ୍କ ମଧ୍ୟରୁ ୧୫ଜଣ ଶ୍ରେଷ୍ଠ ସ୍ବେଚ୍ଛାସେବୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ସମସ୍ତ ବିଜେତା ଓ ସ୍ବେଚ୍ଛାସେବୀମାନଙ୍କୁ ପ୍ରୋତ୍ସାହିତ କରିବା ସହିତ ବିକଶିତ ଓଡ଼ିଶା-୨୦୩୬ ଗଠନ କରିବା ଦିଗରେ ଯୁବ ପିଢ଼ିଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। “ଆମ ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏବଂ ଆମ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆମ ସ୍ବପ୍ନ ସାକାର ହେବ, ବିକଶିତ ଓଡ଼ିଶା ଗଠନ ହେବ। ପୂର୍ବୋଦୟର ଏହି ପବିତ୍ର ମାଟିରୁ ବିକାଶର ସୂର୍ୟ୍ୟୋଦୟ ହେବ” ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଛନ୍ତି।
କାର୍ୟ୍ୟକ୍ରମରେ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବପ୍ରସାଦ ଦାଶ, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ଓଡ଼ିଶା ଲଳିତ କଳା ଏକାଡେମୀର ସଚିବ ଶ୍ରୀମତୀ ଦେବଯାନୀ ଭୂୟାଁ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ