ପୂର୍ବ ସରକାର କେବଳ କଥା କହିବାକୁ ଥିଲେ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଆଳୁ ଦର ବୃଦ୍ଧି ପାଇଁ ପୂର୍ବ ସରକାରଙ୍କୁ ଦାୟୀ କରିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଳୁ ଦର ବୃଦ୍ଧି ଏବେ ହୋଇନି । ୨୪ ବର୍ଷ ଭିତରେ ଏମାନେ କିଛି କଲେନି । ନକରିବା କାରଣରୁ ଏହି ଫଳ ସମସ୍ତେ ଭୋଗୁଛନ୍ତି । ପୂର୍ବ ସରକାର କେବଳ କଥା କହିବାକୁ ଥିଲେ । କାମ କିଛି ନଥିଲା । ଆଳୁ,ପିଆଜ ଓ ପଣସ ମିଶନ ଫେଲ୍‌ ହେବା ପରେ ଲୋକମାନେ ତାଙ୍କୁ ଫେଲ୍‌ କରିଦେଲେ ହୋଲି ମଧ୍ୟ ସେ କହିଛନ୍ତି ।

ସେପଟେ ଆଳୁ ଉତ୍ପାଦନରେ ସ୍ବାବଲମ୍ବୀ ହେବ ଓଡ଼ିଶା । ଆଗାମୀ ଦିନରେ ଆଳୁର ଅଭାବ ରହିବନି ବୋଲି ଆଶ୍ବାସନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଳୁ ଚାଷ ଉପରେ ଗୁରୁତ୍ବ ଦିଆଯାଉଛି । ରବିବାର କୃଷି ମନ୍ତ୍ରୀଙ୍କ ସହ ଏହି ବିଷୟରେ ଆଲୋଚନା ହୋଇଛି । ଚଳିତ ବର୍ଷ ୬ ଲକ୍ଷ ମେଟ୍ରିକ ଟନ୍‌ରୁ ଅଧିକ ଆଳୁ ଉତ୍ପାଦନ ହେବ । ପ୍ରତିବର୍ଷ ୩ ଲକ୍ଷ ମେଟ୍ରିକ ଟନ୍‌ ଉତ୍ପାଦନ ହୁଏ । କିନ୍ତୁ ୧୪ ଲକ୍ଷ ମେଟ୍ରିକ ଟନ୍‌ର ଆବଶ୍ୟକତା ରହିଛି ଯାହା ପୂରଣ ପାଇଁ ୧୧ ଲକ୍ଷ ମେଟ୍ରିକ ଟନ୍‌ ଅନ୍ୟ ରାଜ୍ୟରୁ ଆମଦାନୀ ହୋଇଥାଏ । ଏଥରକ କୃଷିମନ୍ତ୍ରୀ କହିଛନ୍ତି ୬ ଲକ୍ଷ ମେଟ୍ରିକ ଟନ୍‌ରୁ ଅଧିକ ଆଳୁ ଚାଷ ହେବ । ଆଗକୁ ଆହୁରି ଅଧିକ ଯୋଜନା କରାଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ।

  • Related Posts

    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading
    ନେତା ଓ କର୍ମୀ ବିଜେଡି ଛାଡ଼ିବାର ପ୍ରଭାବ ନିଶ୍ଚିତ ପଡ଼ିବ: ଗଣେଶ୍ବର

    ଭୁବନେଶ୍ୱର: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ