ପେଟାପଙ୍ଗା ପଞ୍ଚାୟତରେ ଜନଶୁଣାଣୀ ଶିବିର

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପଙ୍ଗା ଗ୍ରାମ ପଞ୍ଚାୟତରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ମୋଟ ୧୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪ଟି ସାମୂହିକ ଅଭିଯୋଗ ଥିବାବେଳେ ୮ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା।
ଶିବିରରେ ବ୍ଲକ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ,ସହକାରୀ ନିର୍ବାହୀ ଯନ୍ତ୍ରୀ ବଣ୍ଟି ଚୌଧୁରୀ , ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ମହେଶ ପଟ୍ଟନାୟକ, ଓଡ଼ିଶା ଜୀବିକା ମିଶନର ବ୍ଲକ ପ୍ରକଳ୍ପ ପରିଚାଳକ ଜୟଦେବ ପ୍ରଧାନ, ବିଆରସି , ମାର୍କେଟିଂ ଇନ୍ସପେକ୍ଟର ସୁଧୀର କୁମାର ବେହେରା, ବ୍ଲକ ସଂଯୋଜକ କମଲ ପ୍ରସାଦ ନାୟକ , ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାମକୃଷ୍ଣ ବେହେରା, ଗ୍ରାମୀଣ ଜଳଯୋଗାଣ ଓ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ, ସରପଞ୍ଚ ଏବଂ ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶିବଶମ୍ଭୁ ଗୌଡ଼,ଏ ଡି ଓ ଗୌତମ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନଶୁଣାଣୀ ଶିବିର ମାଧ୍ୟମରେ ସାଧାରଣ ଲୋକେ ନିଜ ଅଞ୍ଚଳର ସମସ୍ୟା ଓ ଅଭିଯୋଗ ସିଧାସଳଖ ପ୍ରଶାସନ ନିକଟରେ ଉପସ୍ଥାପନ କରିବାର ସୁଯୋଗ ପାଇଥିଲେ। ଜନସାଧାରଣଙ୍କ ଅଭିଯୋଗର ଉପଯୁକ୍ତ ତଦନ୍ତ ଓ ସମାଧାନ ଦିଗରେ ସମ୍ପୃକ୍ତ ବିଭାଗ ପଦକ୍ଷେପ ନେବା ପାଇଁ ଡ଼ଃ ସାହୁ ନିର୍ଦେଶ ଦେଇଛନ୍ତି.
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ