ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା: ବିରସୋତୀ ଗାଁର ପାଟ ମଝିରେ ଥିବା ଏକ ପୋଖରୀରୁ ଯୁବକଙ୍କ ଭାସୁଥିବା ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ କାହ୍ନୁଚରଣ ନାଥ ବୋଲି ଜଣାପଡ଼ିଛି । ବ୍ୟକ୍ତିଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଅନ୍ତର୍ଗତ ବିରସୋତୀ ଗାଁରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ମଙ୍ଗଳବାର ରାତି ୧୨ ଟାରେ ଭୋଜି କରିବା ପାଇଁ ଘରୁ ବାହାରକୁ ଆସିଥିଲେ କାହ୍ନୁଚରଣ । ପରେ ବୁଧବାର ସକାଳୁ ଗାଁ ପାଟ ମଝିରେ ଥିବା ଏକ ପୋଖରୀରେ ଯୁବକଙ୍କ ମୃତଦେହ ଭାସୁଥିବାର ଦେଇବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ସଦର ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ଯୁବକଙ୍କ ମୃତ୍ୟୁର କାରଣଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍