ପୋଦିନାର ୯ଟି ଚମତ୍କାରୀ ଗୁଣ

ଖାଇବାକୁ ସ୍ୱାଦିଷ୍ଟ ଲାଗୁଥିବା ପୋଦିନା ଶରୀର ପାଇଁ ବଡ଼ ଉପକାରୀ। ଇଂରାଜୀରେ ମିଣ୍ଟ ନାଁରେ ପରିଚିତ ପୋଦିନାରେ ରହିଛି ଅନେକ ଔଷଧୀୟ ଗୁଣ। ଏହା ଏକ ଭଲ ମାଉଥ୍‌ଫ୍ରେସ୍‌ନର ମଧ୍ୟ। ତେବେ ଆସନ୍ତୁ ଜାଣିବା ପୋଦିନାର କିଛି ଚମତ୍କାରୀ ଗୁଣ ସଂପର୍କରେ-
ପାଟିରୁ ଦୁର୍ଗନ୍ଧ ବାହାରୁଥିଲେ ପୋଦିନା ପତ୍ରକୁ ବ୍ୟବହାର କରନ୍ତୁ। ପୋଦିନା ପତ୍ରର ରସରେ ପାଣି ମିଶାଇ କୁଳି କଲେ ପାଟିରୁ ବାହାରୁଥିବା ଦୁର୍ଗନ୍ଧ ଦୂର ହୋଇଥାଏ।
ଶରୀରର କୌଣସି ସ୍ଥାନରେ କ୍ଷତ ହୋଇଥିଲେ ପୋଦିନା ପତ୍ରକୁ ବାଟି ତା’ର ରସକୁ ସେହି ଜାଗାରେ ଲଗାଇ ଦିଅନ୍ତୁ। ଘା’ ଶୀଘ୍ର ଶୁଖି ଯିବ। ଘା’ ସ୍ଥାନରୁ ବାହାରୁ ଥିବା ଦୁର୍ଗନ୍ଧ ମଧ୍ୟ ଦୂର ହୋଇଯିବ।
ଅନେକ ପ୍ରକାର ଚର୍ମରୋଗକୁ ନାଶ କରିଥାଏ ପୋଦିନା। ଚର୍ମ ରୋଗ ହେଲେ ପୋଦିନା ପତ୍ରର ପ୍ରଲେପ ଲଗାଇବା ଦ୍ୱାରା ଆରାମ ମିଳିଥାଏ।
ଖରା ଦିନେ ଅଂଶୁଘାତ ହୁଏ। ଅଂଶୁଘାତ ଆକ୍ରାନ୍ତଙ୍କୁ ପୋଦିନା ରସ ପିଇବାକୁ ଦେଲେ ଭଲ। ଖରାରେ ବାହାରକୁ ଯିବା ପୂର୍ବରୁ ବି ଆପଣ ପୋଦିନା ରସ ପିଇ ପାରିବେ।
ବାନ୍ତି ହେଉଥିଲେ ଅଧା କପ୍ ପୋଦିନା ରସକୁ ଦୁଇ ଘଣ୍ଟା ବ୍ୟବଧାନରେ ରୋଗୀକୁ ପିଆନ୍ତୁ। ବାନ୍ତି ବନ୍ଦ ହୋଇଯିବ।
ଖାଦ୍ୟ ହଜମ ହେବାରେ ଅସୁବିଧା ହେଉଥିଲେ ପୋଦିନା ରସକୁ ପାଣିରେ ମିଶାଇ ପିଇଲେ ଉପଶମ ମିଳେ।
ପେଟ ବ୍ୟଥା ହେଉଥିଲେ ପୋଦିନାକୁ ଜୀରା, ହେଙ୍ଗୁ, ଗୋଲମରିଚ ଓ ଲୁଣ ସହିତ ମିଶାଇ ପିଅନ୍ତୁ। ପେଟ ବ୍ୟଥା ଦୂର ହୋଇଯିବ।
ପ୍ରସବ ବେଦନା ସମୟରେ ମହିଳାମାନେ ପୋଦିନା ରସ ପିଇଲେ ସୁରୁଖୁରୁରେ ପ୍ରସବ ହୋଇଥାଏ।
ପୋଦିନା ଖାଇବା ଦ୍ୱାରା ହାକୁଟି ସମସ୍ୟା ଦୂର ହୁଏ।

  • Related Posts

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସାମ୍ପ୍ରତିକ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ଅଧ୍ୟାୟରେ ଓଡ଼ିଶାର ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ବିଶେଷ ଭାବେ ପ୍ରଶଂସା କରିଛନ୍ତି। ଜଣେ ସାଧାରଣ ଗୃହିଣୀ ରୂପରେ ଜୀବନ ଆରମ୍ଭ କରିଥିବା ସୁଜାତା ପରିବାରକୁ ଅଧିକ…

    Continue reading
    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଭୁବନେଶ୍ଵର, ୨୪/୦୩/୨୦୨୬: ଆଜି ପୂର୍ବାହ୍ନ ଭୁବନେଶ୍ୱର ଲକ୍ଷ୍ମୀସାଗର ସ୍ଥିତ ମହିଳା ଓ ଶିଶୁ ପ୍ରତିଷ୍ଠାନ ସମ୍ମିଳିନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆନୁକୁଲ୍ୟରେ ସାଇବର ଅପରାଧରୁ ମହିଳା ମାନଙ୍କ ସୁରକ୍ଷା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ