ଭୁବନେଶ୍ୱର,୧୪।୦୫।୨୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ରାଜ୍ୟ ପ୍ରଶାସନ, ପୋଲିସ ଉଚ୍ଚ ପଦାଧିକାରୀ ଏବଂ ଜିଲ୍ଲାପାଳ ଓ ଏସ୍.ପିମାନଙ୍କ ସହିତ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସମୟରେ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ପାଟ୍ରୋଲିଙ୍ଗ୍ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଭାବେ କଡ଼ାକଡ଼ି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳ ଓ ଏସ୍.ପି ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେମାନେ ଜିଲ୍ଲାସ୍ତରରେ ନିୟମିତ ଭାବେ ଜିଲ୍ଲାର ଆଇନ କାନୁନ ପରିସ୍ଥିତି ସମୀକ୍ଷା କରି ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପଠାନ୍ତୁ । ବିଭିନ୍ନ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିୟମିତ ଭାବେ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ପୋଲିସ ପ୍ରଶାସନ ଅନେକ କ୍ଷେତ୍ରରେ ସଫଳତା ମଧ୍ୟ ଅର୍ଜନ କରିଛି । ପୋଲିସର ଉନ୍ନତ ତଦନ୍ତ ବ୍ୟବସ୍ଥା ଯୋଗୁ ଭାରତୀୟ ନ୍ୟାୟ ସଂହିତା ଅଧୀନରେ ଦୋଷୀ ସାବ୍ୟସ୍ତ ହାର ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି । ନକ୍ସଲ ଅପରାଧରେ ପୋଲିସର ସଫଳତା ପ୍ରଂଶସନୀୟ । ତେବେ ଆଧୁନିକ ଯୁଗର ପରିସ୍ଥିତିକୁ ଦେଖି ପୋଲିସ ନବସୃଜନ ବା ଇନୋଭେଟିଭ୍ ଢଙ୍ଗରେ ଅପରାଧ ନିୟନ୍ତ୍ରଣ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ ପୋଲିସ ପ୍ରଶାସନ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର ଏବଂ ବରିଷ୍ଠ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।
ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…




