ପୋଲିସ ବ୍ୟବସ୍ଥାର ସଂସ୍କାର ପାଇଁ ଆମ ସରକାର ପ୍ରତିଶୃତିବଦ୍ଧ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୋଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୋଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍ କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ ଗ୍ରହଣ କରିବାକୁ ଆପଣମାନଙ୍କୁ ସଦା ସର୍ବଦା ପ୍ରସ୍ତୁତ ହେବାକୁ ପଡିବ ଓ ସାଧାରଣ ଲୋକମାନଙ୍କର ବିଶ୍ଵାସ ଭାଜନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀରେ ଅନୁଷ୍ଠିତ ୮ମ ଉପ-ଆରକ୍ଷୀ ଅଧିକ୍ଷକ ଓ ୧୨ତମ ଆରକ୍ଷୀ ଉପ-ନିରୀକ୍ଷକ ଶିକ୍ଷାନବୀଶ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଛନ୍ତି।

ଅନୁଷ୍ଠିତ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସ ଏକାଡେ଼ମୀ ପଡିଆରେ ସମ୍ମିଳିତ ପାସିଙ୍ଗ ଆଉଟ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବା ସହିତ ମୌଳିକ ତାଲିମ ସମ୍ପୂର୍ଣ୍ଣ କରିଥିବା ୪ ଜଣ ଉପ-ଆରକ୍ଷୀ ଅଧିକ୍ଷକ ଓ ୧୭୧ ଜଣ ଆରକ୍ଷୀ ଉପ-ନିରୀକ୍ଷକ ଶିକ୍ଷାନବୀଶ ମାନଙ୍କ ମଧ୍ୟରୁ ଶ୍ରେଷ୍ଠତ୍ଵ ପ୍ରଦର୍ଶନ କରିଥିବା ଶିକ୍ଷାନବୀଶ ମାନଙ୍କୁ ମଧ୍ୟ ପୁରସ୍କୃତ କରିଥିଲେ।

ମୁଖ୍ୟମନ୍ତ୍ରୀ ଶିକ୍ଷାନବୀଶ ମାନଙ୍କୁ ଉଦବୋଧନ ଦେଇ କହିଥିଲେଯେ, ଆଜି ଠାରୁ ଆପଣମାନଙ୍କ ଜୀବନରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି। ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡିଶା ଗଠନ କରିବା ପାଇଁ ଆମ ସରକାର ଶପଥ ନେଇଛନ୍ତି, ସେ ଦିଗରେ ଆପଣମାନେ ମୁଖ୍ୟ ଭୂମିକା ତୁଲାଇବେ। ଏହି ଦାୟିତ୍ଵରେ ଆଜିଠାରୁ ଆପଣମାନେ ସମସ୍ତେ ସାମିଲ ହେଲେ।

ଆଗାମୀ ଦିନରେ ଦୈନନ୍ଦିନ କାର୍ଯ୍ୟରେ ସାଧାରଣ ଜନତାଙ୍କୁ ଉତ୍ତମ ସେବା, ଅପରାଧ ନିୟନ୍ତ୍ରଣ ଓ ଅନୁସନ୍ଧାନର ଦକ୍ଷତା, ନ୍ୟାୟ ପ୍ରଦାନ, ଜନତାଙ୍କ ସୁରକ୍ଷା, ଆଇନ୍ ଶୃଙ୍ଖଳା ରକ୍ଷା, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ମାଓବାଦୀ ଦମନ ଇତ୍ୟାଦି କ୍ଷେତ୍ରରେ ଆପଣମାନେ ପୋଲିସ ବାହିନୀର ନେତୃତ୍ଵ ନେବେ । ଆଜିଠାରୁ, ଆପଣମାନେ କଠିନ ରୁ କଠିନ ଆହ୍ଵାନ ଗୁଡିକ ପାଇଁ ପ୍ରସ୍ତୁତ ହେବା ଉଚିତ । ମୁଁ ଦୃଢ ନିଶ୍ଚିତ ଯେ ଆପଣମାନଙ୍କ ଦକ୍ଷତା, ବିଶେଷ ଭାବରେ ମାଓବାଦୀ ବିରୋଧୀ ଅଭିଯାନରେ ଓଡିଶା ପୋଲିସକୁ ଆହୁରି ଶକ୍ତିଶାଳୀ କରିବ ଏବଂ ସାଇବର ଅପରାଧର ମୂଳୋତ୍ପାଟନ କରିବାରେ ସକ୍ଷମ ହେବ ବୋଲି ସେ କହିଥିଲେ।

ଏହି ଅବସରରେ ସେ କହିଥିଲେଯେ, ବର୍ତ୍ତମାନ ସମୟ ଅତି ଦ୍ରୁତ ଗତିରେ ବଦଳୁଛି। ଆଜି କାଲି ଅପରାଧୀମାନେ ମଧ୍ୟ ହାଇ-ଟେକ୍ ହେଉଛନ୍ତି। ଏପରି ଅପରାଧକୁ ରୋକିବା ପାଇଁ ପୋଲିସ ବଳକୁ ମଧ୍ୟ ଆଧୁନିକ ତଦନ୍ତ ପ୍ରକ୍ରିୟା ଏବଂ ଟେକନୋଲଜି ଆପଣାଇବା ଆବଶ୍ୟକ। ମୁଁ ଅତ୍ୟନ୍ତ ଖୁସି ଯେ ଓଡିଶା ପୋଲିସ ଏପରି ଅନେକ ବ୍ଳାଇଣ୍ଡ କେସକୁ ନିଜ ବୁଦ୍ଧିମତା, ତଦନ୍ତ ଟେକନିକ ପ୍ରୟୋଗ କରି ଅପରାଧୀକୁ ଖୁବ ଅଳ୍ପ ସମୟରେ ଧରିବାକୁ ସମର୍ଥ ହୋଇଛନ୍ତି।

ସେ ପୁଣି କହିଥିଲେ ପୋଲିସର ଆଧୂନିକୀକରଣ ଓ ପୋଲିସ ବ୍ୟବସ୍ଥାର ସଂସ୍କାର ପାଇଁ ଆମ ସରକାର ପ୍ରତିଶୃତିବଦ୍ଧ । ପୋଲିସ କର୍ମଚାରୀଙ୍କ ବିଭିନ୍ନ ଅଭାବ ଅସୁବିଧା ସମ୍ପର୍କରେ ଆମ ସରକାର ଅବଗତ ଅଛନ୍ତି । ପୋଲିସ ପାଇଁ କଲ୍ୟାଣମୂଳକ ପଦକ୍ଷେପ ନେବାପାଇଁ ଆମ ସରକାର ଯତ୍ନବାନ ରହିବେ । ଲୋକବଳ ଅଭାବରୁ ପୋଲିସ ଚାପଗ୍ରସ୍ତ ରହୁଥିବାରୁ ତାକୁ ଦୂର କରିବାପାଇଁ ଆମେ ଆବଶ୍ୟକ ପଦକ୍ଷେପ ନେଉଛୁ । ପୋଲିସ ପ୍ରଶିକ୍ଷଣକୁ ଆହୁରି ଗତିଶୀଳ ଓ ଲୋକାଭିମୁଖୀ କରିବା ପାଇଁ ଆଗାମୀ ଦିନରେ ତାଲିମ ଭିତ୍ତିଭୂମି ବିକାଶ ପାଇଁ ବିଶେଷ ଧ୍ୟାନ ଦିଆଯିବ ।

ପୋଲିସ ସେବାରେ ବିଭିନ୍ନ ଜିଲ୍ଲାରେ ଦୀର୍ଘ ଦିନ ଧରି ଖାଲି ପଡିଥିବା ସମସ୍ତ ପଦ ପଦବୀ ଗୁଡିକୁ ପୂର୍ଣ୍ଣ କରିବା ପାଇଁ ଆମ ସରକାର ଚେଷ୍ଟିତ ଅଛନ୍ତି ଏବଂ ନୂତନ ପଦବୀ ସୃଷ୍ଟି କରିବାକୁ ମଧ୍ୟ ପଦକ୍ଷେପ ନେଉଛନ୍ତି। ବର୍ତ୍ତମାନ ଆମ ପୋଲିସ ସେବାକୁ ଆହୁରି ଯୁଗୋପଯୋଗୀ ଓ ଦୃଢ ହେବାକୁ ପଡିବ ଏଣୁ ପ୍ରତ୍ୟେକ ଆରକ୍ଷୀ ଉପ-ନିରୀକ୍ଷକ ମାନଙ୍କୁ ମୋଟର ସାଇକେଲ, ଲାପଟପ, ମୋବାଇଲ ଫୋନ ଓ ପେନଡ୍ରାଇଭ ଯୋଗାଇ ଦିଆଯିବ ଏବଂ ସେମାନଙ୍କ ସାମର୍ଥ୍ୟ ବୃଦ୍ଧି ପାଇଁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ