ପ୍ରଥମେ ‘ବନ୍ଦେ ମାତରମ୍ ’ ଓ ପରେ ‘ଜନ ଗଣ ମନ’ ଗାନ

ନୂଆଦିଲ୍ଲୀ: ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି କଲେ କେନ୍ଦ୍ର ସରକାର। ନୂଆ ଗାଇଡଲାଇନ୍ ଅନୁସାରେ, ପ୍ରଥମେ ‘ବନ୍ଦେ ମାତରମ୍ ’ ଓ ପରେ ‘ଜନ ଗଣ ମନ’ ଗାନ କରାଯିବ। ବନ୍ଦେ ମାତରମର ସମସ୍ତ ୬ଟି ଯାକ ପଦ ଗାନ କରିବା ବାଧ୍ୟତାମୂଳକ କରାଯାଇଛି। ଜାତୀୟ ସଙ୍ଗୀତ ଭଳି ବନ୍ଦେ ମାତରମ୍ ଗାନ କିମ୍ବା ଏହାର ଧୂନ୍ ବାଜିବା ସମୟରେ ମଧ୍ୟ ଉପସ୍ଥିତ ସମସ୍ତ ବ୍ୟକ୍ତି ସମ୍ମାନର ସହ ଛିଡ଼ା ହେବାକୁ ପଡ଼ିବ।

ତେବେ ଯଦି କୌଣସି ଚଳଚ୍ଚିତ୍ର, ଡକ୍ୟୁମେଣ୍ଟାରୀ କିମ୍ବା ନ୍ୟୁଜ୍ ରିଲ୍ ର ଅଂଶବିଶେଷ ଭାବେ ସିନେମା ହଲ୍ ଭିତରେ ଏହା ପ୍ରଦର୍ଶିତ ହେଉଥାଏ, ତେବେ ସେଠାରେ ଠିଆ ହେବା ବାଧ୍ୟତାମୂଳକ ନୁହେଁ ବୋଲି ନିୟମ କୋହଳ କରାଯାଇଛି। ସମସ୍ତ ବିଦ୍ୟାଳୟଗୁଡ଼ିକରେ ସକାଳ ପ୍ରାର୍ଥନା ସଭାରେ ଏହାକୁ ସମୂହ ଭାବେ ଗାନ କରିବାକୁ ପରାମର୍ଶ ଦିଆଯାଇଛି।

ସରକାରୀ ସମାରୋହ, ବେସାମରିକ ପୁରସ୍କାର ପ୍ରଦାନ ଉତ୍ସବ, ଏବଂ ରାଷ୍ଟ୍ରପତି ବା ରାଜ୍ୟପାଳଙ୍କ ଯୋଗଦାନ ଥିବା ସମସ୍ତ କାର୍ୟ୍ୟକ୍ରମରେ ଏହି ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗୀତ ଆରମ୍ଭ ପୂର୍ବରୁ ବ୍ୟାଣ୍ଡ ପାଇଁ ଏକ ନିର୍ଦ୍ଦିଷ୍ଟ ଡ୍ରମ୍-ରୋଲ୍ ବଜାଇବାର ନିୟମ ମଧ୍ୟ ପ୍ରସ୍ତୁତ ହୋଇଛି । ଜାତୀୟ ସଙ୍ଗୀତ ଏବଂ ଜାତୀୟ ଗୀତର ସଠିକ୍ ପାଠ୍ୟ ଏବଂ ଶୁଦ୍ଧ ଉଚ୍ଚାରଣ ପାଇଁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ