ପ୍ରଦୀପ ଜେନା ଓଇଆରସିର ନୂଆ ଅଧ୍ୟକ୍ଷ

ଭୁବନେଶ୍ବର: ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ନୂଆ ଦାୟିତ୍ବ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।

ସୂଚନାଥାଉକି, ୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ପ୍ରଦୀପ, ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ। ନିଜ କାର୍ୟ୍ୟକାଳ ସମୟରେ ସେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଏବଂ ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ଆଇଟି ଓ ଶକ୍ତି ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।

୧୯୮୯ ବ୍ୟାଚ୍‌ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର ପ୍ରଦୀପ ଜେନା ୨୦୨୩ ମାର୍ଚ୍ଚ ୧ରେ ମୁଖ୍ୟ ଶାସନ ସଚିବ ଭାବରେ ନିଯୁକ୍ତ ହୋଇଥିଲେ। ମୁଖ୍ୟ ଶାସନ ସଚିବ ହେବା ପୂର୍ବରୁ ସେ ଓଡ଼ିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନର ଓ ଉନ୍ନୟନ କମିଶନର ଭାବରେ ଦାୟିତ୍ୱରେ ରହିଥିଲେ। ପ୍ରଦୀପ ମୁଖ୍ୟ ଶାସନ ସଚିବ ପଦ ସହିତ ଚିଫ୍ ଡେଭଲପେଣ୍ଟ କମିଶନର ଅଫ୍ ଓଡ଼ିଶା ଦାୟିତ୍ୱରେ ମଧ୍ୟ ନିଯୁକ୍ତ ହୋଇଥିଲେ।

ଗ୍ରାମୀଣ ବିକାଶ, ପରିବହନ, ସୂଚନା ପ୍ରଯୁକ୍ତିବିଦ୍ୟା, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା, ପଞ୍ଚାୟତ ରାଜ, ବିଦ୍ୟୁତ୍, ଜଳ ସମ୍ପଦ ପରିଚାଳନା ଏବଂ ବିପର୍ୟ୍ୟୟ ପରିଚାଳନା ଭଳି ବିଭିନ୍ନ କ୍ଷେତ୍ରରେ କାମ କରିଛନ୍ତି ଜ୍ଝ ୧୯୯୯ ମହାବାତ୍ୟା ସମୟରେ କଟକ ଏବଂ କଳାହାଣ୍ଡି ଜିଲ୍ଳାପାଳ ଭାବରେ କାର୍ୟ୍ୟ କରିଥିଲେ।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ