ଭୁବନେଶ୍ୱର: ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇ ବୁଧବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଉଛି ସେ ସମସ୍ତ ମାମଲାରେ ଦୋଷମୁକ୍ତ ହୋଇଛନ୍ତି । ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ତାଙ୍କୁ ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି । ଗତକାଲି ମଧ୍ୟ କୋର୍ଟ ତାଙ୍କୁ ୨ଟି ମାମଲାରେ ଦୋଷମୁକ୍ତ କରିଥିଲେ ।
ଟାଟା କମ୍ପାନିରେ ନିଯୁକ୍ତି ନାଁରେ ଟଙ୍କା ଠକେଇ କରିବା ନେଇ ଗୋପାଳପୁରର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ସାଂସଦ ପ୍ରଦୀପଙ୍କ ନାମରେ ଅଭିଯୋଗ ହୋଇଥିଲା। ପ୍ରଥମେ କ୍ରାଇମ୍ବ୍ରାଞ୍ଚ ନିକଟରେ ଅଭିଯୋଗ ପରେ କଟକ ସାଇବର୍ ଥାନାରେ ମାମଲା ରୁଜୁ ହୋଇଥିଲା। ଅଧିକ ତଦନ୍ତ ପାଇଁ କ୍ରାଇମ୍ବ୍ରାଞ୍ଚ ଟିମ୍ ଗତ ୨୦୨୦ ନଭେମ୍ବର ମାସରେ ବ୍ରହ୍ମପୁର ଆସିଥିଲା। ତଦନ୍ତ ପରେ ପର୍ୟ୍ୟାୟକ୍ରମେ ପ୍ରଦୀପଙ୍କ ନାମରେ ୫ଟି ଠକେଇ ମାମଲା ରୁଜୁ ହୋଇଥିଲା। ୪ଟି ମାମଲା ଗୋଳନ୍ଥରା ଥାନା ଓ ଗୋଟିଏ ବୈଦ୍ୟନାଥପୁର ଥାନାରେ ରୁଜୁ ହୋଇଥିଲା।




