ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ: ସରକାରୀ ଅର୍ଥ ହଡପ ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ଜେଲ । ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜଣେ ଅଭିଯୁକ୍ତଙ୍କୁ ୪ ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଦୋଷୀକୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ଜଣକ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତର କାନ୍ଦ୍ରା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ତପନ କୁମାର କହଁର । ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ସରକାରୀ ଅନୁଦାନ ଆସିଥିଲା । ଅଭିଯୁକ୍ତ ନିର୍ମାଣ କାର୍ୟ୍ୟ ସମ୍ପୂର୍ଣ୍ଣ ନକରି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା। ଏହି ମାମଲାର ଶୁଣାଣୀ କରି ଫୁଲବାଣୀ ଭିଜିଲାନ୍ସ ଅଦାଲତ ଏହି ରାୟ ଶୁଣାଇଛନ୍ତି । ମାମଲାର ଅନ୍ୟ ଦୁଇ ଅଭିଯୁକ୍ତ ପୁରନ୍ଦର ଦେହୁରୀ ଓ ସାରସ୍ବତ ମଲିକଙ୍କୁ ଅଦାଲତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ