ପ୍ରବଳରୁ ଅତି ପ୍ରବଳ ବର୍ଷା: ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ଦିଲ୍ଲୀସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ୧୪ରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୫ ଓ ୧୬ ତାରିଖରେ ମଧ୍ୟ ଭାରୀ ବର୍ଷା ଜାରି ରହବି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସେପଟେ ଉତ୍ତର ବଙ୍ଗୋପସାଗର ଏହାର ସଂଲଗ୍ନ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳରେ କେନ୍ଦ୍ରୀଭୂତ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗକୁ ଗତି କରିଛି। ଆଜି ସକାଳ ସାଢେ ୫ଟା ସୁଦ୍ଧା ଏହା ପଶ୍ଚିମବଙ୍ଗ ଉପକୂଳ ଓ ଏହା ସଂଲଗ୍ନ ବାଂଲାଦେଶ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ରହିଛି।

ଏହା ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଆଉ ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଡିପ୍ରେସନ ବା ଅବପାତରେ ପରିଣତ ହୋଇପାରେ। ସେପଟେ ଲଘୁଚାପ କ୍ଷେତ୍ର ପ୍ରଭାରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।

  • Related Posts

    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading
    ନାବାଳିକାଙ୍କୁ ଗଣଦୁଷ୍କର୍ମ , ଦୁଇ ନାବାଳକଙ୍କୁ ଧରିଲା ପୁଲିସ

    କଟକ : କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ କେନ୍ଦ୍ର କରି ବାଦାମବାଡ଼ି ଥାନାରେ ମାମଲା ରୁଜୁ ପରେ ପୁଲିସ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ