ପ୍ରଶ୍ନକାଳରେ ହଟ୍ଟଗୋଳ ନିନ୍ଦନୀୟ: ବିଜେପି

ଭୁବନେଶ୍ୱର: ଆଜି ବଜେଟ ଅଧିବେଶନର ଦ୍ୱିତୀୟ ଦିନ । ତେବେ ଆଜି ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିବାରୁ ବାଚସ୍ପତି ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଅପରପକ୍ଷେ ପ୍ରଶ୍ନକାଳରେ ହଟ୍ଟଗୋଳ ନିନ୍ଦନୀୟ ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଏନେଇ ବିରୋଧୀଙ୍କୁ ଟାର୍ଗେଟ କରି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ କହିଛନ୍ତି ଯେ ବିରୋଧୀଙ୍କ ପାଖରେ ପ୍ରସଙ୍ଗ ନାହିଁ । ତେଣୁ ସେମାନେ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛନ୍ତି । ବିରୋଧୀ ଗଣତନ୍ତ୍ରକୁ ହତ୍ୟା କରୁଛନ୍ତି । ଯାହା ଅତ୍ୟନ୍ତ ନିନ୍ଦନୀୟ । କଂଗ୍ରେସର ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ । ପ୍ରଶ୍ନକାଳରେ ବିକ୍ଷୋଭର କୌଣସି ଆବଶ୍ୟକତା ନଥିଲା ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି ।
ପ୍ରକାଶ ଯେ ଶୁକ୍ରବାର ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି। ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।

ଆଜି ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ । ଆଇନଶୃଙ୍ଖଳା ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରି କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ସେହିପରି କଟନୀଛଟନୀ ଅଭିଯୋଗରେ ବିେଜେଡି ସଦସ୍ୟମାନେ ହୋହାଲ୍ଲା କରିଥିଲେ । ଫଳରେ ବାଚସ୍ପତି ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ