ପ୍ରାକ୍ ବଜେଟ୍ ପରାମର୍ଶ ସଭା:ଚଳିତ ବର୍ଷ ୪୦ ହଜାର ନିଯୁକ୍ତି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଗତ ବର୍ଷ ପରି ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାକୁ ଲୋକାଭିମୁଖୀ କରିବା ପାଇଁ ଆମ ସରକାର ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜନସାଧାରଣଙ୍କଠାରୁ ବହୁମୂଲ୍ୟ ମତାମତ ଆହ୍ୱାନ କରିଛନ୍ତି । ବିଭିନ୍ନ ମାଧ୍ୟମରେ ଆସୁଥିବା ଏହି ପରାମର୍ଶ ଗୁଡିକୁ ଅନୁଧ୍ୟାନ ଓ ତର୍ଜମା କରି ଚଳିତ ବଜେଟ୍ ରେ ସ୍ଥାନୀତ କରାଯିବା ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।
ଶୁକ୍ରବାର ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ଆୟୋଜିତ ପ୍ରାକ୍ ବଜେଟ୍ ଆଲୋଚନା ବୈଠକରେ ମୁଖ୍ୟମନ୍ତ୍ରୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ପ୍ରାକ୍ ବଜେଟ୍ ପରାମର୍ଶ ଆଲୋଚନା କରିଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡାଇ, ପଞ୍ଚାନନ କାନୁନଗୋ, ଶଶୀଭୂଷଣ ବେହେରା, ନିରଞ୍ଜନ ପୂଜାରୀ, ପୂର୍ବତନ ଅର୍ଥ ସଚିବ ରବି ନାରାୟଣ ସେନାପତି, ଉପେନ୍ଦ୍ର ନାଥ ବେହେରା, ବରିଷ୍ଠ ରାଜନେତା ସମୀର ମହାନ୍ତି, ସଜ୍ଜନ ଶର୍ମା ପ୍ରମୁଖ ବିଭିନ୍ନ କ୍ଷେତ୍ରର ପ୍ରାୟ ୨୪ ଜଣ ବିଶିଷ୍ଠ ବ୍ୟକ୍ତି ବଜେଟ୍ ସଂକ୍ରାନ୍ତୀୟ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।
ବୈଠକ ପରେ ଗଣମାଧ୍ୟମକୁ ନିଜର ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବର୍ଷର ବଜେଟ୍ କିପରି ଲୋକାଭିମୁଖୀ ହୋଇପାରିବ ସେ ନେଇ ବୈଠକରେ ସମସ୍ତେ ନିଜର ବହୁମୂଲ୍ୟ ମତାମତ ଦେଇଛନ୍ତି । ଏ ବାବଦରେ ସାଧାରଣ ଲୋକ ଜାନୁଆରୀ ୩୧ ତାରିଖ ସୁଦ୍ଧା ଇ-ମେଲ ଓ ହ୍ୱାଟସ ଅପ୍, ୱେବ୍ ପୋର୍ଟାଲ ମାଧ୍ୟମରେ ସେମାନଙ୍କ ମତାମତ ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ଲୋକଙ୍କ ସରକାରରେ ଲୋକଙ୍କ ମତାମତକୁ ଗୁରୁତ୍ୱ ଦିଆଯିବ ଏବଂ ଲୋକଙ୍କ ଆବଶ୍ୟକତା ଅନୁଯାୟୀ ଯୋଜନା ପ୍ରସ୍ତୁତ କରାଯିବ । ବିଶେଷ କରି ବଜେଟ୍ ରେ ଗ୍ରାମାଞ୍ଚଳବାସୀ ଓ ଅର୍ଥନୈତିକ ଅନଗ୍ରସର ଲୋକମାନଙ୍କୁ ଫୋକସ କରାଯାଉଛି । ଏଥି ସହିତ ରାଜସ୍ୱ ବୃଦ୍ଧି, ଆଇ.ଟି, ସେମିକଣ୍ଡକ୍ଟର, ପେଟ୍ରୋକେମିକାଲ, ଷ୍ଟିଲ, ଅକ୍ଷୟ ଶକ୍ତି, ଟେକ୍ସଟାଇଲ, ଆଗ୍ରୋ ଇଣ୍ଡଷ୍ଟ୍ରି ଭଳି ଶିଳ୍ପ ସହିତ ପର୍ଯ୍ୟଟନକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି । କୃଷକ ମାନଙ୍କ ଆୟ ବୃଦ୍ଧି ସହିତ ଶୀତଳ ଭଣ୍ଡାର ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି । ଗ୍ରାମାଞ୍ଚଳରେ ରୋଜଗାର ବୃଦ୍ଧି ସହିତ ଭିତ୍ତିଭୂମି ସୁଦୃଢ ପାଇଁ ବିକଶିତ ଗାଁ, ବିକଶିତ ଓଡିଶା କାର୍ଯ୍ୟକାରୀ କରାଯିବ । ନିଯୁକ୍ତି କ୍ଷେତ୍ରକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି, ବର୍ତ୍ତମାନ ସୁଦ୍ଧା ୨୦ ହଜାର ନିଯୁକ୍ତି ଦିଆସରିଛି, ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୪୦ ହଜାର ନିଯୁକ୍ତି ଦିଆଯିବ । ୨୦୨୫-୨୬ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆମ ସରକାର ୬୫ ହଜାର ନିଯୁକ୍ତି ଦେବାର ଲକ୍ଷ୍ୟ ରଖିଛନ୍ତି । ଶିଳ୍ପ କ୍ଷେତ୍ରରେ ବର୍ତ୍ତମାନ ସୁଦ୍ଧା ଅଢେଇ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ଅନୁମୋଦନ କରାଯାଇଛି, ଯାହା ଦ୍ୱାରା ୧ ଲକ୍ଷ ୧୦ ହଜାର ନିଯୁକ୍ତି ସୃଷ୍ଟି ହେବ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଜେଟ୍ ପାଇଁ ଯେଉଁ ମତାମତ ଆସିଛି ତନ୍ମଧ୍ୟରୁ ଲୋକ ହିତକାରୀ ମତାମତ ଗୁଡିକୁ ଫିସକାଲ ରେସ୍ପନ୍ସ ଟିମ୍ ଗୁରୁତ୍ୱ ଦେବ ଏବଂ ଏହି ବଜେଟ୍ ସମୃଦ୍ଧ ଓଡିଶା ଗଠନ ପାଇଁ ନିଶ୍ଚିତ ଭାବେ ଏକ ପୂର୍ଣ୍ଣାଙ୍ଗ ରୂପରେ ଆସିବ ବୋଲି ସେ କହିଥିଲେ ।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ