ପ୍ରେମ କୁମାର ଝା ନୂଆ ବନ୍ୟପ୍ରାଣୀ ପିସିସିଏଫ୍‌

ଭୁବନେଶ୍ୱର : ବରିଷ୍ଠ ଆଇଏଫ୍‌ଏସ୍‌ ଅଫିସର ପ୍ରେମ କୁମାର ଝାଙ୍କୁ ନୂଆ ବନ୍ୟପ୍ରାଣୀ ପିସିସିଏଫ୍‌ ତଥା ରାଜ୍ୟ ବନ ବାହିନୀ ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟ ପରିବେଶ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ସଚିବ ଭାବେ କାର୍ୟ୍ୟ କରୁଥିବା ଶ୍ରୀ ଝାଙ୍କୁ ଅତିରିକ୍ତ ଭାବେ ଏହି ଦାୟିତ୍ୱ ଦିଆଯାଇଛି। ବନ୍ୟପ୍ରାଣୀ ପିସିସିଏଫ୍‌ ପଦରୁ ସୁଶାନ୍ତ ନନ୍ଦଙ୍କ ଅବସର ପରେ ଶ୍ରୀ ଝା ଏହି ଦାୟିତ୍ୱ ନିର୍ବାହ କରିବେ।ଏହା ବ୍ୟତୀତ ଡଃ କେ ମୁରୁଗେସନଙ୍କୁ ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ (ନୋଡାଲ) ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସପିସିବି)ର ସଦସ୍ୟ ସଚିବ ଥିବା ଡଃ ମୁରୁଗେସନଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି।
ପରିବେଶବିତ୍ ଡ. ମୁରୁଗେସନ ଓଏସ୍ପିସିବି ଦାୟିତ୍ବ ସଫଳତାର ସହ ନିର୍ବାହ କରି ଆସୁଛନ୍ତି ଏବଂ ତାଙ୍କୁ ପିସିସିଏଫ୍ (ନୋଡାଲ) ଦାୟିତ୍ବ ଦିଆଯାଇଛି, ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ବ। ପିସିସିଏଫ୍ (ନୋଡାଲ) ଏହି ପ୍ରକଳ୍ପଗୁଡ଼ିକୁ ମଞ୍ଜୁରୀ ଦେବା ଦାୟିତ୍ବରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ସରକାର ରେଳବାଇ, ଦୂରସଂଚାର, ସଡ଼କ ଓ ରାଜପଥର ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକୁ ଶୀଘ୍ର ମଞ୍ଜୁରୀ ଦେବା ଉପରେ ଗୁରୁତ୍ୱାରୋପ କରୁଥିବାରୁ ଏହି ପଦବୀ ଗୁରୁତ୍ବବହନ କରୁଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ