ପ୍ଲାନେଟୋରିଅମ ପାଚେରୀ ଭୁଷୁଡିପଡିବା ଘଟଣା ତୁରନ୍ତ କାର୍ଯ୍ୟାନୁଷ୍ଠାନ ସହ ନିର୍ମାଣ ନିର୍ଦ୍ଦେଶ ଦେଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ

ଭୁବନେଶ୍ୱର,୦୮।୦୯:ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଭୁବନେଶ୍ବରସ୍ଥିତ ପଠାଣି ସାମନ୍ତ ପ୍ଲାନେଟୋରିୟମର ପାଚେରୀ ଭୁଷୁଡିବା ଘଟଣାର ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି । ଆଜି ପୂର୍ବାହ୍ନରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମଙ୍କ ସମେତ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏଥିସହିତ ବିଭାଗୀୟ ଅଧିକାରୀଙ୍କୁ ନେଇ ଏକ ଟିମ ଦ୍ଵାରା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଘଟଣା ଘଟିବା ବାବଦରେ ସେ ପଚାରି ବୁଝିବା ସହିତ ଭାଙ୍ଗିଥିବା ପ୍ରାଚୀରର ଅଂଶକୁ ତୁରନ୍ତ ନିର୍ମାଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଗତକାଲି ଲଗାଣ ବର୍ଷାରେ ପ୍ଲାନେଟୋରିଅମର ଦକ୍ଷିଣ ପାର୍ଶ୍ଵ ସୁରକ୍ଷା ପ୍ରାଚୀରର କିଛି ଅଂଶ ଭାଙ୍ଗି ଯାଇଥିଲା । ଏ ନେଇ ସ୍ଥାନୀୟ ବାସିନ୍ଦା ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ମନ୍ତ୍ରୀ ଶ୍ରୀ ପାତ୍ର ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି । ଉକ୍ତ ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶିବାନୀ ମହାନ୍ତି, ଶ୍ରୀମତୀ ପୂଜା ମିଶ୍ର, ବିତ୍ତ ପରାମର୍ଶଦାତା ଶ୍ରୀମତୀ ବିଦ୍ୟୁତ ପ୍ରଭା ରାଉତ, ସୁନାରାମ ମୁର୍ମୁ, ଉପସଚିବ ଶ୍ରୀମତୀ ଊର୍ମିପ୍ରଭା ମହାରଣା, ଶ୍ରୀ ଶୁଭ୍ରାଂଶୁ ଶେଖର ମିଶ୍ର, ଉପ ନିର୍ଦ୍ଦେଶକ ଶଶିକାନ୍ତ ଦାଶ, ଉପସଚିବ ପଙ୍କଜ କୁମାର ସାହୁ ପ୍ରମୁଖ ସାମିଲ ଥିଲେ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ