ଫାଇଲେରିଆ ନିରାକରଣ: ଅଗଷ୍ଟ ୧୦ରୁ ସାମୁହିକ ଔଷଧ ସେବନ କାର୍ୟ୍ୟକ୍ରମ

ଭୁବନେଶ୍ୱର:ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ୟ୍ୟକ୍ରମ (ଏମ୍‌ଡିଏ) ୧୦ ଅଗଷ୍ଟ (ରବିବାର) ଠାରୁ ଆରମ୍ଭ ହେବ । ଏହି ସାମୂହିକ ଔଷଧ ସେବନ କାର୍ୟ୍ୟକ୍ରମରେ ୧କୋଟି ୭ ଲକ୍ଷ ଜଣଙ୍କୁ ଫାଇଲେରିଆ ନିରୋଧୀ ଔଷଧ ଦିଆଯିବ । କାର୍ୟ୍ୟସୂଚୀ ଅନୁଯାୟୀ, ଅନୁଗୋଳ,ବାଲେଶ୍ଵର, ବରଗଡ଼, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର,ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲାରେ ୧୦ରୁ ୧୯ ତାରିଖ ମଧ୍ୟରେ ସାମୂହିକ ଔଷଧ ସେବନ କାର୍ୟ୍ୟକ୍ରମ ସହିତ ଜାତୀୟ କୃମିନାଶକ ଦିବସ(ଏନ୍‌ଡିଡି) କାର୍ୟ୍ୟକ୍ରମର ଦ୍ଵିତୀୟ ପର୍ୟ୍ୟ।ୟ ଅନୁଷ୍ଠିତ ହେବ । ଫାଇଲେରିଆ ନିରାକରଣ ପାଇଁ ଏହି ୧୨ଟି ଜିଲ୍ଲାର ୧୧୫ ଟି କାର୍ୟ୍ୟାନ୍ୱୟନ ୟୁନିଟ ରେ ଏହି କାର୍ୟ୍ୟକ୍ରମ କାର୍ୟ୍ୟକାରୀ ହେବ । ସାମୂହିକ ଔଷଧ ସେବନ କାର୍ୟ୍ୟକ୍ରମ ଅଧୀନରେ ୩ଟି ଔଷଧ ଯଥା – ଡିଇସି, ଆଲବେଣ୍ଡାଜୋଲ ଓ ଆଇଭରମେକ୍ଟିନ ବଟିକା ଖାଇବାକୁ ଦିଆଯିବ । ୨ ବର୍ଷରୁ କମ୍ ବୟସର ଶିଶୁ, ଗର୍ଭବତୀ ମହିଳା ଏବଂ ଗୁରୁତର ଅସୁସ୍ଥଙ୍କୁ ଏହି ଔଷଧ କୁ ଖାଇବାକୁ ବାରଣ କରାଯାଇଛି । ଏହି କାର୍ୟ୍ୟକ୍ରମରେ ୪୧ ,୦୦୦ ଡ୍ରଗ ଆଡ୍‌ମିନିଷ୍ଟ୍ରେଟର ନିୟୋଜିତ ହୋଇଛନ୍ତି। ସେମାନଙ୍କ କାର୍ୟ୍ୟକୁ ତଦାରଖ କରିବା ପାଇଁ ୪୧୦୦ ଜଣ ପର୍ୟ୍ୟବେକ୍ଷକ ରହିଛନ୍ତି ବୋଲି ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦିଆଯାଇଛି।
ଆଶା, ଅଙ୍ଗନୱାଡି, ସ୍ଵୟଂ ସହାୟକ ଗୋଷ୍ଠୀ ଏବଂ ଅନ୍ୟ ସ୍ବେଚ୍ଛାସେବୀଙ୍କୁ ଡ୍ରଗ୍ ଆଡମିନିଷ୍ଟ୍ରେଟର ଭାବେ ଚିହ୍ନଟ କରାଯାଇଛି। ସେମାନେ ପ୍ରତ୍ୟେକ ଘରକୁ ଘର ଯାଇ ଏମ୍‌ଡିଏ ଔଷଧ ସେବନ କରାଇବେ । ଅନ୍ତତଃ ୯୦ ପ୍ରତିଶତ ଲୋକ ଡ୍ରଗ ଆଡମିନିଷ୍ଟ୍ରେଟରଙ୍କ ସମ୍ମୁଖରେ ଔଷଧ ଖାଇବାର ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି। ସମସ୍ତଙ୍କୁ ଔଷଧ ଖୁଆଇବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ ହୋଇଥୁବାରୁ ବିଭିନ୍ନ ବିଭାଗ ଭିତରେ ସମନ୍ଵୟ, ସହଯୋଗ, ସମର୍ଥନ ନିହାତି ଆବଶ୍ୟକ ବୋଲି ସେ କହିଥିଲେ । ସମ୍ମିଳନୀରେ ସ୍ଵାସ୍ଥ୍ୟ ସେବା ନିର୍ଦ୍ଦେଶକ ଡା. ଅମରେନ୍ଦ୍ର ନାଥ ମହାନ୍ତି, ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର , ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡା. ଦିଲୀପ କୁମାର ପଣ୍ଡା , ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ରାଜ୍ୟଶ୍ରୀ ପଟ୍ଟନାୟକ, ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡା. ସୁଚିତ୍ରା ସାସମଲ, ଅତିରିକ୍ତ ନିର୍ଦ୍ଦେଶକ ଡା. ପ୍ରଭାକର ସାହୁ , ଅତିରିକ୍ତ ନିର୍ଦ୍ଦେଶକ ଡା. ପ୍ରମିଳା ବରାଳ, ଯୁଗ୍ମ ନିର୍ଦ୍ଦେଶକ ଶୁଭାଶିଷ ମହାନ୍ତିଙ୍କ ସହିତ ବିଭାଗୀୟ ଅଧିକାରୀ, ବୈଦ୍ୟୁତିକ ଏବଂ ମୁଦ୍ରଣ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏମ୍‌ଡିଏ କାର୍ୟ୍ୟକ୍ରମରେ ସହଯୋଗ କରିବାକୁ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ, ବିଦ୍ୟାଳୟ ଏବଂ ଗଣଶିକ୍ଷା, ଉଚ୍ଚଶିକ୍ଷା, ମିଶନ ଶକ୍ତି, ମହିଳା ଏବଂ ଶିଶୁ ବିକାଶ, ଶିଳ୍ପ, ଇସ୍ପାତ ଏବଂ ଖଣି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ଗୃହ ଓ ନଗର ଉନ୍ନୟନ ଇତ୍ୟାଦି ବିଭାଗକୁ ଅନୁରୋଧ କରାଯାଇଥିବା ସୂଚନା ଦିଆଯାଇଛି।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ