ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ଦେବଗଡ଼ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ପରିବାର । ଦେବଗଡ଼ ଜିଲ୍ଲା ବାରକୋଟ ଅଞ୍ଚଳରେ ବିଳମ୍ବିତ ରାତିରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ରେ ପରିବାର କାହାର କ୍ଷତି ହୋଇ ନଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ବାରକୋଟ ଅଞ୍ଚଳର ଅନୂଲ୍ୟ ନାଥଙ୍କ ଘର ଭିତରେ ବିଳମ୍ବିତ ରାତିରେ ଗ୍ୟାସ୍ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିଲା । ଭାଗ୍ୟବଶତଃ ଏଥିରେ ପରିବାର କୌଣସି କ୍ଷତି ହୋଇନାହିଁ । ଗ୍ୟାସ ସିଲିଣ୍ଡରଟି ଘର ସମ୍ମୁଖ ପୋର୍ଟିକୋରେ ରହିଥିବା ବେଳେ ବିଳମ୍ବିତ ରାତିରେ ନିଆଁ ଲାଗି ଫାଟିଯାଇଛି । ନିଆଁ ଲାଗିବାର କାରଣ ଏପର୍ୟ୍ୟନ୍ତ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ବିଷ୍ପୋରଣରେ ଘର କାନ୍ଥର ପ୍ଳାଷ୍ଟର ଛାଡ଼ି ଯାଇଛି । ଅଗ୍ନିକାଣ୍ଡରେ କାର ଓ ବାଇକ୍ ଜଳି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ